www.samajalive.in
Monday, December 15, 2025
17.1 C
Bhubaneswar

ନିଆଁରେ ପୋଡ଼ିହୋଇ ମହିଳା ଗୁରୁତର: ହତ୍ୟା ଉଦ୍ୟମ କରାଯାଇଥିବା ବାପଘର ଲୋକଙ୍କ ଅଭିଯୋଗ, ସ୍ୱାମୀ ଅଟକ

ପଦ୍ମପୁର : ରାୟଗଡା ଜିଲ୍ଲା ପଦ୍ମପୁର ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ସକାଳେ ଦେହରେ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ମହିଳା ରଶ୍ମିତା ପାଣିଗ୍ରାହୀଙ୍କୁ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରାଥମିକ ଚିକିତ୍ସା ପାଇଁ ନେଇଥିଲେ। ଡାକ୍ତର ରଶ୍ମିତାଙ୍କ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତରିତ କରିଛନ୍ତି।

ସେପଟେ ପୋଡିଯାଇଥିବା ରଶ୍ମିତାଙ୍କର ବାପା ଓ ମାଆ ପଦ୍ମପୁର ଥାନାରେ ଝିଅକୁ କିରୋସିନ ଢାଳି ପୋଡ଼ି ମାରିବାକୁ ଉଦ୍ୟମ କରାଯାଇଥିବା ପଦ୍ମପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୀଡ଼ିତାଙ୍କ ବାପାଙ୍କ କହିବା ଅନୁଯାୟୀ, ଆଜକୁ ତିନି ବର୍ଷ ହେଲା ଝିଅ, ଜ୍ବାଇଁଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ଆଜି ସକାଳେ ସ୍ୱାମୀଙ୍କ ଘରେ ପହଞ୍ଚୁ ପହଞ୍ଚୁ କଳହ ସୃଷ୍ଟି ହୋଇଥିଲା । କଳହ ପରେ ମୋ ଝିଅକୁ ସ୍ୱାମୀ ରାମଚନ୍ଦ୍ର ପାଢ଼ୀ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ ବୋଲି ଅଭିଯୋଗ କରିଛନ୍ତି। ଏ ନେଇ ଥାନାରେ ମାମଲା ରୁଜୁ ହୋଇଛି । ଘଟଣା ସ୍ଥଳରେ ଗୁଣପୁର ଏସଡିପିଓ ବିକାଶ ରଞ୍ଜନ ବେଉରା, ପଦ୍ମପୁର ଥାନା ଅଧିକାରୀ ରାଜେଶ ବଳିଆରସିଂ, ଏସଆଇ ପ୍ରଜ୍ଞା ନାୟକ, କନେଷ୍ଟବଳ, ରାୟଗଡା ଜିଲ୍ଲାର ସାଇଣ୍ଟିଫିକ ଟିମ ଆସି ତଦନ୍ତ କରିଛନ୍ତି। ନିଆଁ କିପରି ଲାଗିଲା କେମିତି ଲାଗିଲା ତାହାର ତନାଘନା ତଦନ୍ତ ଆରମ୍ଭ କରିବା ସହ ସ୍ୱାମୀ ଓ ଦେଢଶୁରକୁ ଥାନାକୁ ଆଣି ପଚରା ଉଚରା କରୁଛି ପଦ୍ମପୁର ପୁଲିସ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories