ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା ମହାସଂଘପକ୍ଷରୁ ବ୍ଲକ ସ୍ତରୀୟ ବୈଠକ 

ପଦ୍ମପୁର: ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା ମହାସଂଘ  ପକ୍ଷରୁ ବିଭିନ୍ନ ଦାବି ନେଇ ଜଗମଣ୍ଡା ପହାଡ଼ ଉପରେ ଜିଲ୍ଲା ସଭାପତି ମୁନି ଶବର ଙ୍କ ନେତୃତ୍ୱରେ ପଦ୍ମପୁର ବ୍ଲକ ସ୍ତରୀୟ ଏକବୈଠକ ଅନୁଷ୍ଠିତ ହୋଇଯାଇଛି। ପାଚିକାମାନଙ୍କୁ ସରକାରୀ କର୍ମଛାରୀର ମାନ୍ୟତା ଓ ମାସିକ ସର୍ବନିମ୍ନ ମଜୁରୀ୨୬ ହଜାର ଟଙ୍କା, ପାଚିକାମାନଙ୍କୁ ୧୦ମାସର ପରିବର୍ତ୍ତେ ୧୨ମାସର ପାରିଶ୍ରମିକ ପ୍ରଦାନ ସହିତ ୨୦୨୨ ମଇ, ଜୁନ ମାସରେ କାମ କରିଥିବା ସମସ୍ତ ପାଚିକାଙ୍କୁ ପାରିଶ୍ରମିକ ପ୍ରଦାନ-୨୦୦୯ ଡିସେମ୍ବରରୁ ୨୦୧୨ ମାର୍ଚ୍ଚ ପର୍ଯ୍ୟନ୍ତ କାମ କରିଥିବା ସମସ୍ତ ପାଚିକା ସହାୟିକାଙ୍କ ନିର୍ଭଲୁ ତାଲିକା ପ୍ରସ୍ତୁତ କରି ମୃତକଙ୍କ ଉତ୍ତରାଧିକାରୀଙ୍କୁ ଓ ଅବସରପ୍ରାପ୍ତ ପାଚିକାଙ୍କୁ ପାରିଶ୍ରମିକ ଅବିଳମ୍ବେ ପ୍ରଦାନ କରିବା-ସ୍କୁଲ ବନ୍ଦ, ସ୍କୁଲ ମିଶ୍ରଣ ଫଳରେ ବାଦ ପଡିଥିବା ସମସ୍ତ ପାଚିକାଙ୍କୁ ଅନ୍ୟତ୍ର ନିଶ୍ଚିତ ନିଯୁକ୍ତି-ପିଲାସଂଖ୍ୟା କମ ପାଇଁ ବନ୍ଦ ହୋଇଥିବା ୯୬୬ ଓ ୧୪୩୭୯ ପ୍ରାଥମିକ ବିଦ୍ୟାଳୟକୁ ତୁରନ୍ତ ଖୋଲାଯାଇ ପାଚିକାମାନଙ୍କୁ ନିଯୁକ୍ତି -ଅବସରକାଳୀନ ବୟସ ସୀମା ୬୫କୁ ବୃଦ୍ଧି ସହିତ ୬୦ବର୍ଷ ପରେ ବାଦ ପଡିଥିବା ପାଚିକାଙ୍କୁ ଅବସର କାଳୀନ ଭତ୍ତା ପ୍ରଦାନ-ପାଚିକାଙ୍କୁ ପ୍ରତିମାସ ପ୍ରଥମ ସପ୍ତାହରେ ପାରିଶ୍ରମିକ ପ୍ରଦାନ-ମଧ୍ୟାହ୍ନ ଭୋଜନ କାମ ବ୍ୟତୀତ ଅନ୍ୟାନ୍ୟ କାମରେ ନିୟୋଜିତ ବନ୍ଦ-ପାଚିକା ମାନଙ୍କୁ ଛୁଟି ନେବାର ବ୍ୟବସ୍ଥା ସହିତ ସରକାରୀ ନିୟମ ଅନୁଯାୟୀ ପାରିଶ୍ରମିକ ସହିତ ପ୍ରସୂତିକାଳୀନ ଛୁଟିର ବ୍ୟବସ୍ଥା-ମଧ୍ୟାହ୍ନ ଭୋଜନକୁ ଅକ୍ଷୟ ପାତ୍ର ଓ ନନ୍ଦୀ ଫାଉଣ୍ଡେସନ ଭଳି ଘରୋଇ ସଂସ୍ଥାକୁ ହସ୍ତାନ୍ତର ବନ୍ଦ – ପାଚିକାମାନଙ୍କର ଗତ ୪ବର୍ଷର ବକେୟା ଶାଢୀ ପ୍ରଦାନ ସହିତ ବର୍ଷକୁ ଦୁଇ ହଳ ଶାଢୀ ପ୍ରଦାନ, ସାମାଜିକ ନିରାପତ୍ତା, ବୀମାଭୁକ୍ତ  ଅବସରକାଳୀନ ସହଯୋଗ ରାଶିକୁ ୫୦ ହଜାର ଟଙ୍କା ପ୍ରଦାନ-ବିଭିନ୍ନ ସ୍କୁଲରେ ନୂତନ ଭାବେ ନିଯୁକ୍ତି ପାଉଥ‌ିବା ପାଚିକାଙ୍କୁ ନିଯୁକ୍ତି ଦିନଠାରୁ ପାରିଶ୍ରମିକ ପ୍ରଦାନ-ଶ୍ରମିକ, କର୍ମଋରୀ ବିରୋଧ ଶ୍ରମ କୋଡକୁ ବାତିଲ-ମଧ୍ୟାହ୍ନ ଭୋଜନ ଓ ପାଚିକା ସହାୟିକା ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର ବଜେଟ୍‌ରେ ଆବଶ୍ୟକୀୟ ବ୍ୟୟ ବରାଦ କରିବାର ବ୍ୟବସ୍ଥା ସହିତ ଛାତ୍ରମାନଙ୍କର ମୁଣ୍ଡପିଛା ଖାଇବା ଖର୍ଚ୍ଚ ବୃଦ୍ଧି-ନୂତନ ଶିକ୍ଷାନୀତି ୨୦୨୦କୁ ବାତିଲ କରାଯାଉ ବୋଲି ଦାବି ଗୁଡିକ ଉପରେ ଆଲୋଚନା କରାଯାଇଥିଲା।

prayash

ଆସନ୍ତା ଫେବ୍ରୁଆରୀ ୧୬ ତାରିଖରେ ହେବାକୁ ଥିବା ଦେଶବ୍ୟାପୀ ଧର୍ମଘଟ ଓ ହରତାଲ ବିଷୟରେ ଆଲୋଚନା କରିଥିଲେ। ଏଥିରେ  ଦୀପ୍ତି ବେବରିଆ, ପାର୍ବତୀ ଶବର, ବୃନ୍ଦାବତୀ ଶବର , ସବିତା ବେହେରା, ପୁଷ୍ପାଞ୍ଜଳୀ ପାଣିଗ୍ରାହୀ, ଲିପି ଶବର , ଇନ୍ଦ୍ରା ପାତ୍ରଙ୍କ ସମେତ ପାଚିକା ଓ ସହାୟିକା ମାନେ ଯୋଗଦେଇଥିଲେ।

Comments are closed.