www.samajalive.in
Monday, December 15, 2025
27.1 C
Bhubaneswar

ପଦ୍ମପୁର ବ୍ଲକରେ ପ୍ରବାସୀ ଭାରତୀୟ ଦିବସ ପାଇଁ ପ୍ରତିଯୋଗିତା

ପଦ୍ମପୁର: ସ୍ଥାନୀୟ ସରକାରୀ ବିଜୟା ନନ୍ଦ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ବ୍ଲକ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଦେଶରେ ରହି ଭାରତୀୟମାନେ କିପରି ଜୀବିକା ନିର୍ବାହ କରିବେ, ନିଜ ଚାଲିଚଳନ, ଆଚାର ବ୍ୟବହାର ଏବଂ ସଂସ୍କୃତିର ପ୍ରଚାର ଓ ପ୍ରସାର କରି ସଭ୍ୟତାକୁ ବିକାଶର ଚରମ ସୋପାନରେ ପହ‌ଞ୍ଚାଇପାରିବେ, ସେଥିଲାଗି ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୃଷିକେଶ ରଥ, ସ୍ନମ୍ମାନୀତ ଅତିଥି ଭାବେ ଏବିଇଓ ଚନ୍ଦ୍ରସେନ ଲିମା ଯୋଗଦେଇ ଫଟୋଚିତ୍ରରେ ପୁଷ୍ପମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମସ୍ତ ସିଆରସିସିମାନେ ଉପସ୍ଥିତ ରହି ଥିବା ବେଳେ ବିଭିନ୍ନ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀମାନେ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories