www.samajalive.in
Saturday, December 6, 2025
15.1 C
Bhubaneswar

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

ପଦ୍ମପୁର : ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକର ଖିଲାପଦର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ବ୍ଲକ ସ୍ତରୀୟ ସୁରଭି ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠି ଶିକ୍ଷା ଅଧିକାରୀ ସୁବାସ ଶବରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଭାରପ୍ରାପ୍ତ ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ , ସଂମାନିତ ଅତିଥି ଭାବେ ଖିଲାପଦର ସରପଞ୍ଚ ଉଷାରାଣୀ ଗମାଙ୍ଗ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସତ୍ୟନାରାୟଣ ନାୟକ, ନିର୍ମଳା ସାହୁ , ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ପ୍ରଣତି ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।
ଏହି ଅବସରରେ ପଦ୍ମପୁର ବ୍ଲକର ୧୩ଟି ପଞ୍ଚାୟତର ବିଭିନ୍ନ ବିଦ୍ୟାଳୟରୁ ଛାତ୍ରଛାତ୍ରୀ ଶିକ୍ଷକ ଶିକ୍ଷୟିତ୍ରୀ ଓ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ମାନେ ଉପସ୍ଥିତ ଥିଲେ। ଛାତ୍ରଛାତ୍ରୀ ମାନେ ଯୋଗଦେଇ ବକ୍ତୃତା, ଚିତ୍ରାଙ୍କନ, ସଙ୍ଗୀତ, ପ୍ରବନ୍ଧ ସହ ଅନ୍ୟାନ୍ୟ ପ୍ରତିଯୋଗୀତାରେ ଭାଗ ନେଇଥିଲେ ।  ବିଭିନ୍ନ ପ୍ରତିଯୋଗୀତା ଗୁଡ଼ିକରେ ଉତୀର୍ଣ୍ଣ ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପ୍ରମାଣ ପତ୍ର ସହ ପୁରଷ୍କାର ପ୍ରଦାନ କରିଥିଲେ। ବ୍ଲକ ସ୍ତରୀୟ ପ୍ରତିଯୋଗୀତାରେ ପ୍ରଥମସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ଜିଲ୍ଲା ସ୍ତରୀୟ ସୁରଭୀ କାର୍ଯ୍ୟକ୍ରମରେ ଭାଗନେବେ ବୋଲି ବିଭାଗୀୟ ଅଧିକାରୀ ମାନେ ସୂଚନା ଦେଇଥିଲେ। କାର୍ଯ୍ୟକ୍ରମକୁ ଖିଲାପଦର ସରକାରୀ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିବା ବେଳେ  ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ପନଡା ବିଶ୍ଵନାଥ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories