www.samajalive.in
Monday, December 15, 2025
15.1 C
Bhubaneswar

ଘୋଷଣା ହେଲା ସମ୍ମାନଜନକ ପଦ୍ମ ପୁରସ୍କାର: ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ, ପ୍ରମୋଦଙ୍କୁ ପଦ୍ମଶ୍ରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଭାରତ ସରକାରଙ୍କ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପୂର୍ବରୁ ସମ୍ମାନଜନକ ପଦ୍ମ ପୁରସ୍କାର ଓ ପଦ୍ମ ବିଭୂଷଣ ଘୋଷଣା କରାଯାଇଛି। ଆଜି କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଜାରି ତାଲିକା ଅନୁସାରେ ଶିକ୍ଷା ଓ ସାହିତ୍ୟ ପାଇଁ ବିଶିଷ୍ଟ ଓଡ଼ିଆ ସାହିତ୍ୟିକା ପ୍ରତିଭା ରାୟଙ୍କୁ ପଦ୍ମଭୂଷଣ ସମ୍ମାନ ଓ କ୍ରୀଡ଼ା ପାଇଁ ପାରା ଆଥଲେଟ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବା ନିମନ୍ତେ ମନୋନୀତ କରାଯାଇଛି। ସେହିପରି ସମାଜ ସେବା ପାଇଁ ଶ୍ରୀମଦ ବାବା ବଳିଆଙ୍କୁ ପଦ୍ମଶ୍ରୀ ସମ୍ମାନ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପାଇଁ ଆଦିତ୍ୟ ପ୍ରସାଦ ଦାଶଙ୍କୁ ପଦ୍ମଶ୍ରୀ ସମ୍ମାନ ଏବଂ କଳାକ୍ଷେତ୍ରରେ ଅବଦାନ ପାଇଁ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ।ସାହିତ୍ୟ ଓ ଶିକ୍ଷା ପାଇଁ ନରସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମଶ୍ରୀ, ସିଭିଲ ସର୍ଭିସ ପାଇଁ ଗୁରୁପ୍ରସାଦ ମହାପାତ୍ରଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରଯିବ।

 

- Advertisement -

ଭାରତର ପ୍ରଥମ ସିଡିଏସ୍‌ ବିପିନ ରାଓ୍ୱତଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ରାଧେ ଶ୍ୟାମ ଖେମକାଙ୍କୁ ସାହିତ୍ୟ ପାଇଁ ମରଣୋତ୍ତର ପଦ୍ମ ବିଭୂଷଣ, କଳା କ୍ଷେତ୍ରରେ ଅବଦାନ ପାଇଁ ପ୍ରଭା ଆଟ୍ରେଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯିବ। ୧୭ ଜଣଙ୍କୁ ପଦ୍ମଭୂଷଣ ଓ ୧୦୭ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ। ଗୁଲାମ ନବୀ ଆଜାଦ, ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ ପଦ୍ମଭୂଷଣ, ପାରା ଆଥଲେଟ୍‌ ଦେବେନ୍ଦ୍ର ଝାଝାରିଆ, ସୁନ୍ଦର ପିଚାଇଙ୍କୁ ପଦ୍ମଭୂଷଣ, ସାଇରସ୍‌ ପୁନାଓ୍ୱାଲାଙ୍କୁ ପଦ୍ମଭୂଷଣ ସମ୍ମାନ, ଆଥଲେଟ୍‌ ସୁମିତ ଅଣ୍ଟିଲ, ନୀରଜ ଚୋପ୍ରା, ବନ୍ଦନା କାଟରିଆଙ୍କୁ ପଦ୍ମଶ୍ରୀ, କଳା କ୍ଷେତ୍ର ପାଇଁ ଚନ୍ଦ୍ର ପ୍ରକାଶ ଦ୍ୱିବେଦୀଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିବ ବୋଲି ସୂଚନା ଦିଆଯାଇଛି ସମ୍ମାନଜନକ ପଦ୍ମ ପୁରସ୍କାର ଓ ପଦ୍ମ ବିଭୂଷଣ ତାଲିକା https://www.padmaawards.gov.in/padmaawardees2022.pdf ରେ ଉପଲବ୍ଧ ହେଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories