www.samajalive.in
Saturday, December 6, 2025
23.1 C
Bhubaneswar

ପାହାଡରୁ ପଥର ଖସିବା ଘଟଣା: ସ୍ଥିତି ଅନୁଧ୍ୟାନ କଲା ପ୍ରଶାସନ

ଗଞ୍ଜାମ: ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ସିନ୍ଦରାପଲ୍ଲୀ ଗ୍ରାମର ପାହାଡ଼ରୁ କିଛିଦିନ ଧରି ମାଟି ଖସିବା ସହ ବଡ଼ବଡ଼ ପଥର ମାନ ଖସୁଥିଲା। ଏହା ଗ୍ରାମବାସୀମାନଙ୍କ ମନରେ ଏକ ଭୟର ବାତାବରଣ ସୃଷ୍ଟି କରିଥିଲା । ସେହି ରାସ୍ତା ଦେଇ ଲୋକେ ଯିବା ଆସିବା କରିବା ପାଇଁ ଭୟଭୀତ ହେଉଥିଲେ । ଏପରିକି ଗାଈଗୋରୁଙ୍କୁ ମଧ୍ୟ ସେହି ରାସ୍ତାରେ କେହି ଛାଡ଼ୁନଥିଲେ । ଏନେଇ ଗଣମାଧ୍ୟମ ପ୍ରତିନିଧିମାନେ ଖବର ପ୍ରକାଶ କରିବା ପରେ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଉପଜିଲ୍ଲାପାଳ ଦେବବ୍ରତ ସାହୁ ସେହି ଗ୍ରାମକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ପାଇଁ ତହସିଲଦାର ବିଜୟ କେତନ ସାହୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଫଳସ୍ୱରୂପ ଅତିରିକ୍ତ ତହସିଲଦାର ଶରତ କୁମାର ପାତ୍ର ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ ସହ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି । ଗ୍ରାମବାସୀଙ୍କ ସ୍ୱାର୍ଥରକ୍ଷା ଯେପରି ହୋଇପାରିବ ସେ ନେଇ ପଦକ୍ଷେପ ନିଆଯିବ ବୋଲି ଉପଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି । ପ୍ରଶାସନର ତତକ୍ଷଣାତ ପ୍ରତିକ୍ରିୟା ଯୋଗୁଁ ଗ୍ରାମବାସୀ ଏବେ ଆଶ୍ୱସ୍ତ ଅନୁଭବ କରୁଛନ୍ତି ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories