www.samajalive.in
Friday, December 5, 2025
26.1 C
Bhubaneswar

ପାହାଳରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଭୁବନେଶ୍ୱର: ପାହାଳ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିରେ ସ୍ଵାମୀ ସ୍ତ୍ରୀ କଟକରୁ ଭୁବନେଶ୍ଵର ଅଭିମୁଖେ ଆସୁଥିବା ବେଳେ ପାହାଳ ଓଭରବ୍ରିଜ ଉପରେ ବସ ସାଇଡ୍ ମାରିବାରୁ ଉଭୟ ଟ୍ରକ୍ ଚକା ତଳେ ଚାପି ହୋଇଯାଇଥିଲେ । ଘଟଣା ସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ଵାମୀ ଗୁରୁତର ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ପାହାଳ ଥାନା ପୁଲିସ ଓ ଅଗ୍ନିଶମକର୍ମଚାରୀ ମାନେ ପହଞ୍ଚି ଉଦ୍ଧାର କାର‌୍ୟ୍ୟ କରିବା ସହ ଟ୍ରକ୍ କୁ ଅଟକ ରଖିଛନ୍ତି । ଦୁର୍ଘଟଣା ଯୋଗୁ କିଛି ସମୟ ଧରି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ଦମ୍ପତି ଙ୍କର ପରିଚୟ ମିଳିପାରିନଥିବା ବେଳେ ସାକ୍ଷୀଗୋପାଳ ଅଞ୍ଚଳର ହୋଇଥିବା ସୂଚନା ମିଳିଛି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories