www.samajalive.in
Wednesday, December 10, 2025
14.1 C
Bhubaneswar

ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ, ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

ଭୁବନେଶ୍ବର: ବରଗଡ଼ ଜିଲା ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି। ସୂଚନା ଯୋଗ୍ୟ ଯେ ଗତ ଉପନିର୍ବାଚନ ସମୟରେ ପାଇକମାଳର ଜନତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାଇକମାଳରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବୀ କରିଥିଲେ ଏବଂ ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ
ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

 

- Advertisement -

ଏହାଦ୍ୱାରା ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବା ସହିତ ଜନସାଧାରଣଙ୍କୁ ଅଧିକ ଉନ୍ମତ ସ୍ୱାସ୍ଥ୍ୟ ସେବା ମିଳିପାରିବ .ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତ ହେବେ। ପାଇକମାଳର ଜନସାଧାରଣ ସେ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବାରେ ଉନ୍ନତି ପାଇଁ ଦୀର୍ଘ ଦିନ ହେଲା ଦାବୀ କରିଆସୁଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories