www.samajalive.in
Saturday, December 6, 2025
17.1 C
Bhubaneswar

ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି : ଚାରି ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ମାର୍ଗଶିର କୃଷ୍ଣପକ୍ଷ ଦଶମୀ ତିଥି  ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହଙ୍କ ଏହି ଗୁପ୍ତନୀତି ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ସୁରକ୍ଷା ଦିଆଯାଇଥାଏ। ଶ୍ରୀବିଗ୍ରହଙ୍କଠାରେ ଦୈନନ୍ଦିନ ଲାଗି ହେଉଥିବା ଚନ୍ଦନରୁ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ପାଇଁ ଏହି ପଇତା ଲାଗି କରାଯାଇଥାଏ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ସ୍ବତ୍ତ୍ବଲିପି ଅନୁଯାୟୀ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ପରେ ପଇତା ଲାଗି ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତି ଏହି ନୀତି ସମ୍ପାଦନ କରିବେ। ଆଜି ଅପରାହ୍ଣ ୫ଟାଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜିତେନ୍ଦ୍ର ନାରାୟଣ ମହାନ୍ତି ସୂଚନା ଦେଇଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories