www.samajalive.in
Saturday, December 6, 2025
14.1 C
Bhubaneswar

ପାକିସ୍ତାନରେ ପୂର୍ବତନ ଆଇଏସଆଇ ମୁଖ୍ୟ ଗିରଫ

ସମାଜ ଡିଜିଟାଲ ଡେସ୍କ: ଗୃହ ନିର୍ମାଣ ଯୋଜନା ଦୁର୍ନୀତିରେ ସଂପୃକ୍ତ ଥିବା ଅଭିଯୋଗରେ ପାକିସ୍ତାନ ସେନା ପକ୍ଷରୁ ସୋମବାର ଗୁଇନ୍ଦା ସଂସ୍ଥା ଆଇଏସଆଇର ପୂର୍ବତନ ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫୟାଜ ହମିଦଙ୍କୁ ଗିରଫ କରାଯାଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ହମିଦଙ୍କୁ ଗିରଫ କରାଯିବା ସହ ଖୁବଶୀଘ୍ର ତାଙ୍କ ବିରୋଧରେ ସେନା ଅଦାଲତରେ ଶୁଣାଣି ପ୍ରକିି୍ରୟା ଆରମ୍ଭ କରାଯିବ ବୋଲି ସୂଚନା ମିଳିଛି । ହମିଦ ୨୦୧୯ରୁ ୨୦୨୧ ପର୍ଯ୍ୟନ୍ତ ଆଇଏସଆଇ ମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ । ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଶାସନ କାଳରେ ହମିଦଙ୍କୁ ଏହି ପଦରେ ନିଯୁକ୍ତି ଦିଆଯାଇଥିଲା । ତେବେ ଇମ୍ରାନ ପ୍ରଧାନମନ୍ତ୍ରୀ ପଦରୁ ବିତାଡିତ ହେବା ପରେ ହମିଦଙ୍କ ବିରୋଧରେ ଏଭଳି ଦୁର୍ନୀତି ଅଭିଯୋଗ ଆସିଥିଲା ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories