www.samajalive.in
Wednesday, December 10, 2025
15.1 C
Bhubaneswar

ପାକିସ୍ତାନରେ ବିସ୍ଫୋରଣ; ୧୬ ମୃତ ଓ ୩୦ ଆହତ

କରାଚି: ପାକିସ୍ତାନରେ ଏକ ବଡ ଧରଣର ବୋମା ବିସ୍ଫୋରଣ ହୋଇଛି । ଏଥିରେ ଦୁଇ ଜଣ ଶିଶୁଙ୍କ ସମେତ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ବିସ୍ଫୋରଣରେ ୩୦ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ ମୃତ୍ୟୁସଂଖ୍ୟା ଆହୁରି ବଢ଼ି ପାରେ ବୋଲି ଆଶଙ୍କା କରାଯାଉଛି ।

ପାକିସ୍ତାନ ଗଣମାଧ୍ୟମ ଖବର ଅନୁଯାୟୀ, ଶୁକ୍ରବାର ସକାଳେ ବାଲୋଚିସ୍ତାନର ପ୍ରାଦେଶିକ ରାଜଧାନୀ କ୍ୱେଟ୍ଟା ସହରର ହାଜରାଗଞ୍ଜି ପରିବା ହାଟରେ ଲୋକମାନେ କିଣାବିକା କରୁଥିବା ସମୟରେ ହଠାତ୍ ଏକ ବଡ ଧରଣର ବିସ୍ଫୋରଣ ହୋଇଥିଲା । ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ସମଗ୍ର ଅଞ୍ଚଳକୁ ନିଜ ଅଧୀନକୁ ନେଇଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ ଏହି ଘଟଣାକୁ ନିନ୍ଦା କରିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories