www.samajalive.in
Saturday, December 6, 2025
26.1 C
Bhubaneswar

ଅଗ୍ରାଧିକାର ରାଷ୍ଟ୍ର ମର୍ଯ୍ୟାଦା ତାଲିକାରୁ ପାକିସ୍ତାନ ବାଦ

ନୂଆଦିଲ୍ଲୀ: ଭାରତ ବାଣିଜ୍ୟ କ୍ଷେତ୍ରରେ ପାକିସ୍ତାନକୁ ଦେଇଥିବା ଅଗ୍ରାଧିକାର ରାଷ୍ଟ୍ରର ମର୍ଯ୍ୟାଦାକୁ ପ୍ରତ୍ୟାହାର କରିନେଇଛି। ଜାମ୍ମୁ କାଶ୍ମୀରର ପୁଲୱାମା ସନ୍ତ୍ରାସବାଦୀ ଆକ୍ରମଣ ପରେ ଭାରତ ଏଭଳି ପଦକ୍ଷେପ ନେଇଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ନିରାପତ୍ତା ସଂକ୍ରାନ୍ତ କ୍ୟାବିନେଟ୍‍ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ୍‍ ବୈଠକ ପରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‍ଲୀ କହିଛନ୍ତି, ପାକିସ୍ତାନକୁ ଆନ୍ତର୍ଜାତିକ ସ୍ତରରେ ସଂପୂର୍ଣ୍ଣ ଏକଘରିଆ କରିବା ପାଇଁ ଆବଶ୍ୟକ ସମସ୍ତ କୂଟନୈତିକ ପଦକ୍ଷେପ ବୈଦେଶିକ ମନ୍ତ୍ରଣାଳୟ ନେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କ୍ୟାବିନେଟ୍‍ ବୈଠକରେ ଶହୀଦ ସି.ଆର୍‍.ପି.ଏଫ୍‍. ଯବାନମାନଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ ସ୍ୱରୂପ ଦୁଇମିନିଟ୍‍ ନିରବ ପ୍ରାର୍ଥନା କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, କ୍ୟାବିନେଟ୍‍ ବୈଠକରେ ସନ୍ତ୍ରାସବାଦୀ ଆକ୍ରମଣର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରାଯାଇଛି। ଏହି ଆକ୍ରମଣ ପାଇଁ ଯେଉଁମାନେ ଦାୟୀ ଓ ଯେଉଁମାନେ ଏହାକୁ ସମର୍ଥନ କରୁଛନ୍ତି, ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡ଼ିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories