www.samajalive.in
Monday, December 15, 2025
15.1 C
Bhubaneswar

ବାରାମୁଲାରେ ପାକିସ୍ତାନ ସେନାର ଅସ୍ତ୍ରବିରତି ଉଲ୍ଲଙ୍ଘନ, ମୋର୍ଟାର ମାଡ଼

ଜାମ୍ମୁ : ପାକିସ୍ତାନ ସେନା ଜାମ୍ମୁ-କାଶ୍ମୀରର ବାରାମୁଲା ଜିଲା ଅନ୍ତର୍ଗତ ଉରି କମଲକୋଟ ନିୟନ୍ତ୍ରଣ ରେଖା ନିକଟରେ ସୋମବାର ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। ପାକିସ୍ତାନୀ ସୈନ୍ୟ ବାରାମୁଲା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ପ୍ରବଳ ଗୁଳିଗୋଳା ବର୍ଷଣ କରିବା ସହ ମୋର୍ଟାର ମାଡ଼ କରିଛନ୍ତି। ପ୍ରତ୍ୟୁତ୍ତରରେ ଭାରତୀୟ ସେନା ଯବାନ ଗୁଳିଗୋଳା ବିନିମୟ କରିଛନ୍ତି। ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି। ଉଲ୍ଲେଖ ଯେ ରବିବାର ବାରାମୁଲା ନିୟନ୍ତ୍ରଣ ରେଖା ନିକଟରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ଭାରତୀୟ ସେନା ଯବାନମାନେ ପଣ୍ଡ କରିଦେଇଥିଲେ। ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନରେ ୩ ଆତଙ୍କବାଦୀ ନିହତ ହୋଇଥିଲେ। ଏହା ପୂର୍ବରୁ ଶନିବାର ମଧ୍ୟ ଟାଙ୍ଗଧାର ସେକ୍ଟେରରେ ଭାରତୀୟ ସୁରକ୍ଷା କର୍ମୀ ୩ ପାକିସ୍ତାନୀ ଆତଙ୍କବାଦୀଙ୍କୁ ନିପାତ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories