www.samajalive.in
Saturday, December 6, 2025
26.1 C
Bhubaneswar

ପାକିସ୍ତାନରେ ପେଟ୍ରୋଲ ଦର ୩୦୦ ଟଙ୍କା ଛୁଇଁବ

ଇସଲାମାବାଦ: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ପେଟ୍ରୋଲ ଦର ଆକାଶଛୁଆଁ ହେବାରେ ଲାଗିଛି। ଆନ୍ତର୍ଜାତିକ ମାର୍କେଟରେ ଅଣବିଶୋଧିତ ତୈଳ ଦର ବୃଦ୍ଧି ପାଇଥିବା ପରିପ୍ରେକ୍ଷୀରେ ପାକିସ୍ତାନ ସରକାର ପେଟ୍ରୋଲ ଦର ଲିଟର ପିଛା ୧୦ ଟଙ୍କା(ପାକିସ୍ତାନୀ ମୁଦ୍ରା) ବୃଦ୍ଧି କରିବାକୁ ଯୋଜନା କରୁଛନ୍ତି ବୋଲି ଜିଓ ନ୍ୟୁଜ୍‌ରେ ରିପୋର୍ଟ ପ୍ରକାଶ ପାଇଛି। ପାକିସ୍ତାନରେ ପେଟ୍ରୋଲ ବର୍ତ୍ତମାନ ଲିଟର ପିଛା ୨୭୯.୭୫ ଟଙ୍କାରେ ବିକ୍ରି ହେଉଛି। ମୂଲ୍ୟବୃଦ୍ଧି ପରେ ଏହା ୨୮୯.୬୯ ଟଙ୍କାରେ ପହଞ୍ଚିବ ବୋଲି କୁହାଯାଇଛି। ତେବେ ପାକ୍‌ ସରକାର ଡିଜେଲ ଓ କିରାସିନି ମୂଲ୍ୟ ହ୍ରାସ କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡିଛି। ଡିଜେଲ ମୂଲ୍ୟ ଲିଟର ପିଛା ୧.୩୦ ଟଙ୍କା ହ୍ରାସ ପାଇ ୨୮୪.୨୬ ଟଙ୍କା ଏବଂ କିରାସିନି ଲିଟର ପିଛା ୦.୧୭ ପଇସା ହ୍ରାସ ପାଇ ୧୮୮.୪୯ ଟଙ୍କାରେ ପହଞ୍ଚିବ ବୋଲି ଅନୁମାନ କରାଯାଉଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories