www.samajalive.in
Saturday, December 13, 2025
27.1 C
Bhubaneswar

ଜିଲାସ୍ତରୀୟ ପାଲିଏଟିଭ କେୟାର କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କର୍କଟ ରୋଗୀଙ୍କ ଉତ୍ତମ ଚିକିତ୍ସାକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଜିଲା ପାଲିଏଟିଭ କେୟାର(ଉପଶମ କେନ୍ଦ୍ର) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ବର ସ୍ଥିତ ଲୋକସେବା ଭବନରେ ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ରାଜ୍ୟର ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ପାଲିଏଟିଭ କେୟାର ସୁବିଧା ଉପଲବ୍ଧ ରହିବ।

ଏହି କାର୍ଯ୍ୟକ୍ରମ ‘ସୁସ୍ଥ ଓଡ଼ିଶା ସୁଖୀ ଓଡ଼ିଶା’ର ଲକ୍ଷ୍ୟ ପୂରଣରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ନବୀନ କହିଛନ୍ତି। ଏହି ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ପ୍ରତି ଜିଲାର ମୁଖ୍ୟ ଚିକିତ୍ସାଳୟରେ ୬ ଶଯ୍ୟା ବିଶିଷ୍ଟ ପାଲିଏଟିଭ୍ କେୟାର ବିଭାଗ ରହିବ। ଏନେଇ ୧୦ଟି ଜିଲାକୁ ୧୦.୩୫ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାସରିଛି।

- Advertisement -

ସୂଚନାଯୋଗ୍ୟ, ଉକ୍ତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, କର୍କଟ ନିରାକରଣର ରାଜ୍ୟ ଉପଦେଷ୍ଟା ଡା.ଦିନେଶ ପେଣ୍ଡାରକର, ବିଭିନ୍ନ ଜିଲାର ଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

 

 

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories