www.samajalive.in
Monday, December 15, 2025
16.1 C
Bhubaneswar

ମୁକ୍ତ, ଅବାଧ, ନିରପେକ୍ଷ ଏବଂ କୋଭିଡ୍‌ମୁକ୍ତ ନିର୍ବାଚନ ପରିଚାଳନା ଉପରେ କମିଶନରଙ୍କ ଗୁରୁତ୍ୱ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ପରିପେକ୍ଷୀରେ ଆଜି ବିିଭିନ୍ନ ଜିଲାଲାଗି ନିଯୁକ୍ତ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନଙ୍କ ଏକ ବୈଠକ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ନିର୍ବାଚନ କମିଶନର ଶ୍ରୀ ପାଢ଼ୀ ସଂପ୍ରତି କୋଭିଡ୍‌ ପରିସ୍ଥିତିରେ ଏକ ସୁରକ୍ଷିତ, ମୁକ୍ତ, ଅବାଧ ଏବଂ ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦେଇଥିଲେ। ନିର୍ବାଚନ ସମୟରେ ନିର୍ବାଚନ ପର୍ଯ୍ୟବେକ୍ଷକମାନେ କମିଶନରଙ୍କ ଆଖି ଓ କାନ ଭାବେ ସଂପୂର୍ଣ୍ଣ ରାଜ୍ୟରେ ତୀକ୍ଷ୍ମ ନଜର ରଖିବେ ଏବଂ ନିୟମିତ ଅନ୍ତରରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ରିପୋର୍ଟ ପ୍ରଦାନ କରିବେ।
ଜିଲାରେ ନିର୍ବାଚନ ଆଚରଣବିଧିର ସଠିକ ପାଳନ ହେଉଛି କି ନାହିଁ ସେ ଉପରେ ପର୍ଯ୍ୟବେକ୍ଷକମାନେ ଦୃଷ୍ଟି ରଖିବେ। ଚଳିତ ନିର୍ବାଚନରେ ଯେକୌଣସି ପ୍ରକାର ରାଲିକୁ ନିଷେଧ କରାଯାଇଥିବାବେଳେ ଏଥି ପ୍ରତି ପର୍ଯ୍ୟବେକ୍ଷକମାନେ ସଜାଗ ରହିବେ। ଚଳିତ ନିର୍ବାଚନରେ ଭୋଟଗଣତି ବୁଥ ବଦଳରେ ବ୍ଲକ୍‌ ମୁଖ୍ୟାଳୟରେ ହେବ। ନିର୍ବାଚନ ପର୍ଯ୍ୟବେକ୍ଷକମାନେ ନିର୍ବାଚନ କମିଶନର ଏବଂ ଜିଲା ନିର୍ବାଚନ ଅଧିକାରୀଙ୍କ ମଧ୍ୟରେ ଯୋଗସୂତ୍ର ରକ୍ଷାକରି କାର୍ଯ୍ୟ କରିବାକୁ କମିଶନର ନିର୍ବାଚନ ପର୍ଯ୍ୟବେକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ।

ସେହିପରି ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ପ୍ରାର୍ଥୀ ଏବଂ ରାଜନୈତିକ ଦଳମାନଙ୍କ ଖର୍ଚ୍ଚ, ନିର୍ବାଚନରେ ବ୍ୟବହୃତ ଯାନ ଆଦି ତଦାରଖ କରିବା ସହ ନିୟମିତ ଖର୍ଚ୍ଚ ତାଲିକାକୁ ଯାଞ୍ଚ କରିବା ପାଇଁ କମିଶନର ପରାମର୍ଶ ଦେଇଥିଲେ। ଯଦି କୌଣସି ପ୍ରାର୍ଥୀ ଧାର୍ଯ୍ୟ ଖର୍ଚ୍ଚଠାରୁ ଅଧିକ ଖର୍ଚ୍ଚ କରିଥିବା ନଜରକୁ ଆସେ ତେବେ ଏ ସଂପର୍କରେ ତୁରନ୍ତ କମିଶନରଙ୍କ ନଜରକୁ ଆଣିବା ପାଇଁ କମିଶନର ପରାମର୍ଶ ଦେଇଥିଲେ। ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ନିୟମିତ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ସହ ଯୋଗସୂତ୍ରରେ ରହି କମିଶନରଙ୍କ ପ୍ରତିନିଧି ଭାବେ କାର୍ଯ୍ୟକରିବେ। ପର୍ଯ୍ୟବେକ୍ଷକମାନେ କମିଶନରଙ୍କ ବିନା ଅନୁମତିରେ ଛୁଟିରେ ରହିପାରିବେ ନାହିଁ କିମ୍ବା ଅନ୍ୟ କୌଣସି ସରକାରୀ କିମ୍ବା ବିଦେଶ ଗସ୍ତ କରିପାରିବେ ନାହିଁ। ଏଥି ସହିତ ଖର୍ଚ୍ଚ ପର୍ଯ୍ୟବେକ୍ଷକମାନେ ଏ ସଂପର୍କିତ ଏକ ବିସ୍ତୃତ ରିପୋର୍ଟ କମିଶନରଙ୍କୁ ପ୍ରଦାନ କରିବା ପାଇଁ କମିଶନର ପର୍ଯ୍ୟବେକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ।
ଏଠାରେ ସୂଚନାଯୋଗ୍ୟ କି ରାଜ୍ୟ ନିର୍ବାଚନ କମିଶନର ୩୦ ଜିଲ୍ଲା ନିମନ୍ତେ ୩୮ ଜଣ ନିର୍ବାଚନ ପର୍ଯ୍ୟବେକ୍ଷକ ଏବଂ ୩୪ ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି।

Hot this week

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

Related Articles

Popular Categories