www.samajalive.in
Friday, December 5, 2025
20.1 C
Bhubaneswar

୨ ଦିନିଆ ପଞ୍ଚାୟତସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ, ପଥଖୋଲ ଚାମ୍ପିଅନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ପବିଙ୍ଗିଆ ପଞ୍ଚାୟତର ପଥଖୋଲଠାରେ ଚାଲିଥିବା ୨ ଦିନିଆ ପଞ୍ଚାୟତ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଛି। ପଥଖୋଲ କ୍ଲବ ଦ୍ୱାରା ଆୟୋଜିତ ଏହି ପ୍ରତିଯୋଗିତାର ଉଦଯାପନୀ ଉତ୍ସବରେ ପବିଙ୍ଗିଆ ସରପଞ୍ଚ ଲାଲମୋହନ କହଁର ମୁଖ୍ୟଅତିଥି ଭାବରେ ଯୋଗଦେଇଥିବା ବେଳେ ୱାର୍ଡସଭ୍ୟ ବାସୁଦେବ ମଲ୍ଲିକ, ଗାଁସାଥୀ ପବିତ୍ର କହଁର, ଟୁଣୀଆ କହଁର, ଉମାଚାରଣ ଦିଗାଲ ଓ ଅଞ୍ଚଳର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ୨ ଦିନ ଧରି ଚାଲିଥିବା ଏହି ପ୍ରତିଯୋଗିତାରେ ସମୁଦାୟ ୮ଟି ଆଞ୍ଚଳିକ ଫୁଟବଲ ଟିମ ଅଂଶଗ୍ରହଣ କରିଥିଲେ। ପଥଖୋଲ ଓ ତବିନିପଦର ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା। ଏଥିରେ ୧-୦ ଗୋଲରେ ତବନିପଦରକୁ ହରାଇ ପଥଖୋଲ ଟିମ ବିଜୟୀ ହୋଇଥିଲା। ଖେଳ ଶେଷରେ ଉଭୟ ବିଜେତା ଓ ଉପବିଜେତା ଦଳମାନଙ୍କୁ ଟ୍ରଫି ଓ ଆର୍ଥିକ ରାଶି ଦେଇ ଉପସ୍ଥିତ ଅତିଥିମାନେ ପୁରସ୍କୃତ କରିଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories