www.samajalive.in
Sunday, December 14, 2025
17.1 C
Bhubaneswar

ପ୍ରକାଶ ପାଇଲା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା

ଭୁବନେଶ୍ୱର: ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତିଙ୍କ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । ମୋଟ ୪୦ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ପଞ୍ଚାୟତିରାଜ ବିଭାଗ ତରଫରୁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଅନୁସୂଚିତ ଜାତି, ଜନଜାତି ଓ ମହିଳାମାନଙ୍କ ପାଇଁ ଏହି ସଂରକ୍ଷଣ ତାଲିକା । କେବଳ ମହିଳାଙ୍କ ପାଇଁ ୭ଟି ଜିଲ୍ଲା ସଂରକ୍ଷିତ ଥିବା ବେଳେ ୫୦ ପ୍ରତିଶତ ଅର୍ଥାତ ୧୫ଟି ଜିଲ୍ଲାରେ ମହିଳାମାନେ ସଭାପତି ପଦରେ ବସିବେ । ଅନୁସୂଚିତ ଜାତିଙ୍କ ପାଇଁ ୫ ଅଧ୍ୟକ୍ଷ ପଦବୀ ସଂରକ୍ଷିତ ଘୋଷଣା ହୋଇଛି । ୧୦ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ଘୋଷଣା ରହିଛି । ପୂର୍ବରୁ ସଂରକ୍ଷଣ ତାଲିକାରୁ ପଛୁଆ ଜାତି ସଂରକ୍ଷଣ ହଟିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ଏହା ପରେ ପଞ୍ଚାୟତି ରାଜ ବିଭାଗ ପକ୍ଷରୁ ସଂରକ୍ଷଣ ତାଲିକା ବାଦ ଦିଆଯାଉଥିଲା। ସୂଚନା ଅନୁଯାୟୀ ରାଜ୍ୟରେ ଓମିକ୍ରନ ସଂକ୍ରମଣ ବୃଦ୍ଧି ପାଉଛି । ପଂଚାୟତ ନିର୍ବାଚନ ଯୋଗୁ ଓମିକ୍ରନ ସଂକ୍ରମଣ ଆହୁରି ବଢ଼ିପାରେ । ଏହାକୁ ଆଖି ଆଗରେ ରଖି ନିର୍ବାଚନ କମିଶନ ଆସନ୍ତା ୧୦ତାରିଖରେ ସମସ୍ତ ରାଜନୀତିକ ଦଳଗୁଡ଼ିକ ସହ ଓ ୧୨ତାରିଖରେ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳ-ଏସପିମାନଙ୍କ ବୈଠକ ଡାକିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories