www.samajalive.in
Wednesday, December 10, 2025
17.1 C
Bhubaneswar

ମାର୍ଚ୍ଚ ୫ରେ ପଞ୍ଚାୟତିରାଜ ଦିବସ ପାଳନ ନକରିବା ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ଵର : ଗତ ପ୍ରାୟ ତିନି ଦଶନ୍ଧି ଧରି ମାର୍ଚ୍ଚ ୫ ତାରିଖରେ ରାଜ୍ୟରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇଆସୁଛି। ରାଜ୍ୟ ସରକାର ଏହାକୁ ମାର୍ଚ୍ଚ ୫ରେ ନକରି ଏପ୍ରିଲ ୨୪ ତାରିଖରେ ପାଳନ କରିବା ନିଷ୍ପତ୍ତି ଦୁର୍ଭାଗ୍ୟଜନକ ଏବଂ ରାଜ୍ୟ ସରକାରଙ୍କ ସଂକୀର୍ଣ୍ଣ ମନୋଭାବର ପରିଚୟ ବୋଲି ବିଜୁ ଜନତା ଦଳର ସମନ୍ବୟ କମିଟିର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର ଏକ ପ୍ରେସ୍ ବିବୃତିରେ କହିଛନ୍ତି। ଦେଶରେ ପଞ୍ଚାୟତିରାଜ ବ୍ୟବସ୍ଥା ଲାଗୁ କରିବାରେ ଓଡିଶା ଅଗ୍ରଣୀ ରାଜ୍ୟର ମାନ୍ୟତା ପାଇଛି। ଏହା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ମୁଖ୍ୟମନ୍ତ୍ରୀତ୍ଵ ସମୟରେ ହୋଇ ପାରିଥିବାରୁ ବିଜୁ ବାବୁଙ୍କ ଜନ୍ମ ଦିବସରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ତତ୍କାଳୀନ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ବର୍ତ୍ତମାନର ବିଜେପି ସରକାର ଏହି ନିଷ୍ପତ୍ତିକୁ ବଦଳାଇ ଓଡିଶାର ଗୌରବକୁ କ୍ଷୁର୍ଣ୍ଣ କରିଛନ୍ତି । ରାଜ୍ୟ ବିଜେପି ସରକାରଙ୍କ ଏହି ଅବିଚାର ପ୍ରତି ଓଡିଶାର ଜନ ସାଧାରଣ ବିଚାର କରିବେ ବୋଲି ଶ୍ରୀ ମିଶ୍ର କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories