ଏଣିକି ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଓ ଲୋକସେବା ଦିବସ, ମାର୍ଚ୍ଚ ୫ ଛୁଟି ବାତିଲ

ଡେସ୍କ: ଓଡ଼ିଶାରେ ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀ ଅବସରରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇ ଆସୁଥିବା ବେଳେ ଚଳିତ ବର୍ଷ ଠାରୁ ଏପ୍ରିଲ ୨୪ରେ ଏହି ଦିବସ ପାଳିତ ହେବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ପ୍ରେସ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦିଆଯାଇଛି।

ପଞ୍ଚାୟତିରାଜ ଦିବସ ପାଳନରେ ଜାତୀୟ ଓ ରାଜ୍ୟ ସ୍ତରରେ ଥିବା ଅସଂହତି ଦୂର କରିବା ପାଇଁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି। ସେହିଦିନ ମଧ୍ୟ ଲୋକସେବା ଦିବସ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ତେବେ ମାର୍ଚ୍ଚ ୫ ତାରିଖରେ ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।

Comments are closed.