www.samajalive.in
Sunday, December 14, 2025
17.1 C
Bhubaneswar

ଫେବୃଆରୀ ଶେଷସୁଦ୍ଧା ପଞ୍ଚାୟତ ନିର୍ବାଚନ ସାରିବାକୁ ନିଷ୍ପତ୍ତି

ଭୁବନେଶ୍ୱର : ଆସନ୍ତା ବର୍ଷ ଫେବୃଆରୀ ଶେଷ ସୁଦ୍ଧା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସାରିବାକୁ ସରକାର ଏବଂ ରାଜ୍ୟ ନିର୍ବାଚନ ଆୟୋଗ ପ୍ରକ୍ରିୟା ତ୍ୱରାନ୍ୱିତ କରିଛନ୍ତି । ମାର୍ଚ୍ଚ ୯ ତାରିଖରୁ ୧୧ ତାରିଖ ମଧ୍ୟରେ ୱାର୍ଡ ମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଦସ୍ୟ ଓ ଜିଲା ପରିଷଦ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ଏହା ପୂର୍ବରୁ ନିର୍ବାଚନ ସାରିବାକୁ ତତ୍ପରତା ପ୍ରକାଶ ପାଇଛି । ନିର୍ବାଚନ ପାଇଁ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟ ନିର୍ବାଚନ ଆୟୋଗ ସର୍ବଦଳୀୟ ବୈଠକ ଡାକି ବିଚାର ବିମର୍ଶ କରିବାକୁ ସ୍ଥିର କରିଛନ୍ତି । ନିର୍ବାଚନ ଆୟୋଗଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ସମସ୍ତ ରାଜନୈତିକ ଦଳକୁ ଏ ସଂକ୍ରାନ୍ତ ପତ୍ର ପଠାଇଛନ୍ତି । ଆସନ୍ତା ୬ ତାରିଖ ପୂର୍ବାହ୍ନ ୧୧ଟାରେ ବୈଠକ ବସିବ । ସର୍ବଦଳୀୟ ବୈଠକରେ ସମ୍ପୃକ୍ତ ରାଜନୈତିକ ଦଳର ସଭାପତି/ ସମ୍ପାଦକ କିମ୍ବା ପ୍ରାଧିକୃତ ପ୍ରତିନିଧି ଯୋଗଦେଇ ପାରିବେ । କରୋନା କଟକଣା ଦୃଷ୍ଟିରୁ ପ୍ରତି ରାଜନୈତିକ ଦଳର ଜଣେ କିମ୍ବା ଦୁଇଜଣ ପ୍ରତିନିଧି ଯୋଗଦେବା ପାଇଁ ସେ ଦଳଗୁଡ଼ିକୁ ଅନୁରୋଧ କରିଛନ୍ତି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories