www.samajalive.in
Wednesday, December 10, 2025
16.1 C
Bhubaneswar

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୫ତମ ଶ୍ରାଦ୍ଧୋତ୍ସବ ପାଳିତ

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଜାତୀୟତାବାଦୀ ଆନ୍ଦୋଳନର ଅଗ୍ରଣୀ ସାରଥୀ, ବିଚ୍ଛିନ୍ନାଞ୍ଚଳରେ ଓଡ଼ିଆ ଭାଷା ସାହିତ୍ୟର ପ୍ରଚାରକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଅନ୍ତରଙ୍ଗ ସହଯୋଗୀ ସତ୍ୟବାଦୀ ବନବିଦ୍ୟାଳୟର ଶିକ୍ଷକ, ବିଶିଷ୍ଟ କବି, ଔପନ୍ୟାସିକ, ପୂର୍ବତନ ମନ୍ତ୍ରୀ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୬ତମ ଶ୍ରାଦେ୍ଧାତ୍ସବ ଆଜି ପ୍ରତ୍ୟୁଷରେ ଭୁବନେଶ୍ୱର ମହାଡାକପାଳ କାର୍ଯ୍ୟାଳୟ ସମ୍ମୁଖ ଉଦ୍ୟାନସ୍ଥ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳୀରେ ସରକାରଙ୍କ କୋଭିଡ୍ ମାର୍ଗଦର୍ଶିକାକୁ ଅନୁପାଳନ ପୂର୍ବକ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତ ବିଭାଗ ଆନୁକୂଲ୍ୟରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଡ. ସୁରେଶ ଚନ୍ଦ୍ର ଦଳେଇ, ନିର୍ଦ୍ଦେଶକ ରଂଜନ କୁମାର ଦାସ, ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ପ୍ରଶାନ୍ତ ଜଗଦେବ, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଅଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ, ବିଜେଡି. ସାଂସ୍କୃତିକ ସେଲ ସଂଯୋଜକ ପ୍ରବୀର ମହାନ୍ତି, ବିଶିଷ୍ଟ ବିଦ୍ୱାନ କୃଷ୍ଣକେଶବ ଷଡ଼ଙ୍ଗୀ, ଆଦର୍ଶ ଶିକ୍ଷକ କାମଦେବ ମହାପାତ୍ର, ଅଧ୍ୟାପକ ଅସିତ ଦାସ, ବିକାଶ ଗିରି, ବ୍ରଜବନ୍ଧୁ ପରିଡ଼ା, ରବି ନାରାୟଣ ନନ୍ଦ, ସତ୍ୟବ୍ରତ ଜେନା, ନାରାୟଣ ଓଝା, ତନ୍ମୟ ସାମନ୍ତରାୟ ପ୍ରମୁଖ ଯୋଗଦେଇ ପ୍ରତିମୂତ୍ତିରେ ମାଲ୍ୟାର୍ପଣ କରିବା ସହିତ ଦୀପଦାନ କରିଥିଲେ। ଏହି ଅବସରରେ ବକ୍ତାମାନେ ସ୍ୱାଧୀନତା ପୂର୍ବବର୍ତ୍ତୀ ଓ ପରବର୍ତ୍ତୀ ସମୟରେ ଓଡ଼ିଶାର ସାମଗ୍ରିକ ବିକାଶରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଅବଦାନକୁ ସ୍ମରଣ କରିଥିଲେ। ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦେବଙ୍କ ସହ ବିଶିଷ୍ଟ ବକ୍ତା ପ୍ରବୀର ମହାନ୍ତି ଓ ଗଣମାଧ୍ୟମ ପ୍ରତିନିଧି ମାମାଲି ଦାସଙ୍କୁ ପଣ୍ଡିତ ଗୋଦାବରୀଶ ମିଶ୍ର ସ୍ମୃତି ସମ୍ମାନରେ ସମ୍ମାନିତ କରାଯାଇଥିଲା। ଅନୁଶାସନ ସଚିବ ଲକ୍ଷ୍ମୀଧର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

Related Articles

Popular Categories