www.samajalive.in
Friday, December 5, 2025
27.1 C
Bhubaneswar

ସନାତନ ଧର୍ମକୁ ବିରୋଧ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ପଣ୍ଡିତ ମହାସଭା

ସମ୍ବଲପୁର: ସନାତନ ହିନ୍ଦୁ ସମାଜ ଓ ଦେବାଦେବୀଙ୍କ ଅସମ୍ମାନ କରୁଥିବା ରାହୁଲ ଗାନ୍ଧୀଙ୍କୁ ତୀବ୍ର ବିରୋଧ କରିଛି ବ୍ରହ୍ମ ମଣ୍ଡପ ପଣ୍ଡିତ ମହାସଭା। ଏହି ମର୍ମରେ ପଣ୍ଡିତ ମହାସଭା ପକ୍ଷରୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲା ପ୍ରଶାସନକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ପଣ୍ଡିତ ମହାସଭା ଦାବି କରିଛି ଯେ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରାଯାଉ। ଗଣତନ୍ତ୍ରର ପବିତ୍ର ମନ୍ଦିର ଭିତରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିଜକୁ ହିନ୍ଦୁ ବୋଲାଉଥିବା ଲୋକମାନେ ହିଂସ୍ର ଆଚରଣ କରୁଛନ୍ତି କହି ବାରମ୍ବାର ହିନ୍ଦୁ ସମ୍ପ୍ରଦାୟକୁ ଅପମାନିତ କରି ଆସୁଛନ୍ତି । ଯାହାକି ହିନ୍ଦୁ ସମାଜକୁ ଘୋର ଆଘାତ ଦେବା ସହିତ ମାନସିକ ଯନ୍ତ୍ରଣା ଦେଇଛି । ଏଣୁ ହିନ୍ଦୁ ଧର୍ମ ଆଇନର ଧାରାରେ ଦୃଷ୍ଟାନ୍ତମୂଳକ କଠୋର ଦଣ୍ଡ ବିଧାନ କରାଯାଇ ଧର୍ମ ଓ ଦେଶର ଏକତା ଏବଂ ଅଖଣ୍ଡତା ପ୍ରତି ବିପଦ ସୃଷ୍ଟି କରିଥିବା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ବ୍ରହ୍ମ ମଣ୍ଡପ ପଣ୍ଡିତ ମହାସଭା ଦାବି କରିଛି । ଦାବିପତ୍ର ପ୍ରଦାନ ସମୟରେ ସଭାପତି ରବି ନାରାୟଣ ପଣ୍ଡାଙ୍କ ସମେତ ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହିଥିଲେ।

Hot this week

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

Related Articles

Popular Categories