www.samajalive.in
Monday, December 15, 2025
16.1 C
Bhubaneswar

ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପିତ : ଚାଷୀଙ୍କ ସହଯୋଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବ‌େ‌ନଶ୍ବର : ପାଣି ପଞ୍ଚାୟତ ଆଜି ଏକ ଆନ୍ଦୋଳନରେ ପରିଣତ ହୋଇଛି। ଚାଷୀ ଭାଇ-ଭଉଣୀଙ୍କ ଭାଗିଦାରୀ, ନିଷ୍ଠା ଓ ସହଯୋଗ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୩ ଉଦ୍‌ଯାପନ ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମାତ୍ର ୭୦୦ରୁ ଆରମ୍ଭ ହୋଇଥିବା ପାଣି ପଞ୍ଚାୟତ ୩୭ହଜାରରେ ପହଞ୍ଚିଲାଣି। ସେହିପରି ୩.୩୨ ଲକ୍ଷ ହେକ୍ଟର ଜମିରେ ଆରମ୍ଭ ହୋଇଥିବା ଏହି ପାଣି ପଞ୍ଚାୟତ ଆଜି ୨୩.୪୬ ଲକ୍ଷ ହେକ୍ଟର ଜମିରେ ପାଣିର ସୁବିଧା ଦେଇପାରୁଛି। ଏହା ବାସ୍ତବରେ ବହୁତ ବଡ଼ ସଫଳତା। ଏହା ରାଜ୍ୟର ପ୍ରମୁଖ ମଧ୍ୟମ, କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ କାର୍ଯ୍ୟକାରୀ କରାଯାଉଛି। ଆଗାମୀ ଦିନରେ ବୃହତ ଉଠାଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ପାଣି ପଞ୍ଚାୟତ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଳ ଅମୂଲ୍ୟ। ଜଳବାୟୁ ପରିବର୍ତ୍ତନର ପ୍ରଥମ ପ୍ରଭାବ ପଡ଼ିବ ପାଣି ଉପରେ ଓ ଚାଷ ଉପରେ। ତେଣୁ ଜଳ ନଷ୍ଟ ନ କରି, ତାର ସୁବିନିଯୋଗ ଓ ସୁଷମ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ। ସେ କହିଥିଲେ ଯେ ସଂରକ୍ଷଣ ଓ ପୁନଃବ୍ୟବହାର ଆମର ଲକ୍ଷ୍ୟ ହେବା ଦରକାର।
ଜଳ ସମ୍ପଦ ବିଭାଗ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ଜଳ ଭଳି ଅମୂଲ୍ୟ ସଂପଦ ଉପରେ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ପାଣି ପଞ୍ଚାୟତ ଯୋଜନାକୁ କାର୍ଯ୍ୟକାରୀ କରୁଛନ୍ତି। ଅସମ୍ପୂର୍ଣ୍ଣ ଥିବା ବହୁ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ପାଣି ପଞ୍ଚାୟତ ଏହାର ସୁଯୋଗ ନେବାକୁ ସେ ପରାମର୍ଶ ଦେଇଥିଲେ। ସୂଚନାଯୋଗ୍ୟ ଯେ କୋଭିଡ୍ ପରବର୍ତ୍ତୀ ସମୟରେ ଏହି ପାଣି ପଞ୍ଚାୟତ ପକ୍ଷ ୧୧୭ଟି ଜଳସେଚନ ବିଭାଜନରେ ଏବଂ ୩୦ଟି ଜିଲାରେ ସହଭାଗୀ ସେଚ ପରିଚାଳନାରେ ସମ୍ପୃକ୍ତ ପାଣି ପଞ୍ଚାୟତ ଓ ଅନ୍ୟାନ୍ୟ ହିତାଧିକାରୀମାନଙ୍କୁ ନେଇ ଏହା ଅତି ଉତ୍ସାହ ଓ ଉଦୀପନାର ସହିତ ପାଳିତ ହୋଇଯାଇଛି। ଆଜିର ଏହି ସମାରୋହରେ ବିଭିନ୍ନ ପ୍ରକଳ୍ପର ୪୦ଟି ଶ୍ରେଷ୍ଠ ପାଣି ପଞ୍ଚାୟତ (ବୃହତ, ମଧ୍ୟମ, କ୍ଷୁଦ୍ର ଓ ଉଠାଜଳସେଚନ), ୩୦ ଜଣ ପ୍ରଗତିଶୀଳ କୃଷକ, ବିଭିନ୍ନ ପ୍ରତିଯୋଗିତାର ୧୨ ଜଣ ବିଜେତା ତଥା ୧୨ଟି ଶ୍ରେଷ୍ଠ ପ୍ରକଳ୍ପ ଏବଂ ୧୫ ଜଣ ଶ୍ରେଷ୍ଠ ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ପୁରୀ ଜିଲା ବ୍ରହ୍ମଗିରି ମା’ ଜାଗୁଳାଇ ପାଣି ପଞ୍ଚାୟତର ଗୀତାରାଣୀ ସାହୁ ଓ ଯାଜପୁର ବଡ଼ଚଣାର ମା’ ବ୍ରାହ୍ମଣୀଦେବୀ ପାଣି ପଞ୍ଚାୟତର ନଳିନୀକାନ୍ତ ପୃଷ୍ଟି ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି ପାଣି ପଞ୍ଚାୟତ ଜରିଆରେ ସେମାନେ କିପରି ସଫଳ ଜଳ ପରିଚାଳନା କରି ଚାଷରେ ଉନ୍ନତି ଆଣିପାରିଛନ୍ତି, ସେ ବିଷୟରେ ପ୍ରକାଶ କରିଥିଲେ।
ସ୍ବାଗତ ଭାଷଣ ଦେଇ ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ କହିଲେ ଯେ ମେଗାଲିଫ୍ଟ ପ୍ରକଳ୍ପମାନଙ୍କରେ ପାଣି ପଞ୍ଚାୟତ ଗଠନ କରିବା ପାଇଁ ପାଣି ପଞ୍ଚାୟତ ନିୟମରେ ସଂଶୋଧନ କରାଯିବା ସହିତ ୫-ଟି ମାଧ୍ୟମରେ ଅନେକ ସଂସ୍କାରମୂଳକ ପଦକ୍ଷେପମାନ ନିଆଯାଇଛି।

Hot this week

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

Related Articles

Popular Categories