www.samajalive.in
Saturday, December 6, 2025
15.1 C
Bhubaneswar

ଘୁଞ୍ଚିଲା ପଞ୍ଜାବ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ଘୁଞ୍ଚିଲା ପଞ୍ଜାବ ବିଧାନସଭା ନିର୍ବାଚନ । ପଞ୍ଜାବ ବିଧାନସଭା ନିର୍ବାଚନ ଘୁଞ୍ଚାଇଛନ୍ତି ନିର୍ବାଚନ କମିଶନ । ୧୬ ଫେବ୍ରୁଆରୀରେ ଶ୍ରୀ ଗୁରୁ ରବିଦାସ ଜୟନ୍ତୀ ଥିବାରୁ ଏହି ନିର୍ବାଚନ ତାରିଖକୁ ଘୁଞ୍ଚା ଯାଇଛି । ଏନେଇ ନିର୍ବାଚନ କମିଶନଙ୍କୁ ଚିଠି ଲେଖିଥିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚାନ୍ନି ନିର୍ବାଚନ କମିଶନଙ୍କୁ ଚିଠିଲେଖି କହିଥିଲେ କି, ତାଙ୍କୁ ଦଳିତ ସମ୍ପ୍ରଦାୟର ପ୍ରତିନିଧିତ୍ୱ କରିବାର ସୁଯୋଗ ଦିଆଯାଇଛି। ରାଜ୍ୟରେ ସେମାନଙ୍କ ସଂଖ୍ୟା ପ୍ରାୟ ୩୨ ପ୍ରତିଶତ। ଏହି ସମ୍ପ୍ରଦାୟ ୧୬ ଫେବ୍ରୁଆରୀରେ ଶ୍ରୀ ଗୁରୁ ରବିଦାସ ଜୟନ୍ତୀରେ ଅଂଶଗ୍ରହଣ କରିବାକୁ ଚାହୁଁଛି। ତେଣୁ ଫେବ୍ରୁଆରୀ ୧୦ରୁ ୧୬ ମଧ୍ୟରେ ବହୁ ଭକ୍ତ ଏଥିରେ ସାମିଲ ହେବେ । ମତଦାନରେ ରହିପାରିବେ ନାହିଁ । ଯାହାଦ୍ୱାରା ବହୁତ କମ୍‍ ମତଦାନ ହେବ । ତେଣୁ ନିର୍ବାଚନ କମିଶନ ଫେବ୍ରୁଆରୀ ୧୪ରେ ହେବାକୁ ଥିବା ନିର୍ବାଚନକୁ ଆସନ୍ତା ୨୦ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories