www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ

ପୁରୀ: ଆଜି (ବୁଧବାର) ପଙ୍କୋଦ୍ଧାର ଏକାଦଶୀ। ପୁରୀର ପ୍ରସିଦ୍ଧ ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ନୀତି ପାଳନ ହେବ । ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଭୂ ଲୋକନାଥଙ୍କ ଦର୍ଶନ ପାଇଁ ହଜାର ହଜାର ଭକ୍ତ ଉତ୍କଣ୍ଠା ସହକାରେ ଅପେକ୍ଷା କରି ରହିଛନ୍ତି। ବର୍ଷର ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ପ୍ରଭୂଙ୍କୁ ଭକ୍ତମାନେ ଦଶର୍ର୍ନ କରନ୍ତି।  ତେଣୁ ଶୃଙ୍ଖଳିତ ଭାବେ ଦର୍ଶନ ପାଇଁ ପୁରୀ ପୁଲିସ୍ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବାରିକେଡ୍ ବ୍ୟବସ୍ଥା, ଧାଡି ବ୍ୟବସ୍ଥା ସହ ଗାଡି ପାର୍କିଂ ପାଇଁ ସ୍ବତନ୍ତ୍ର ସ୍ଥାନ ରଖାଯାଇଛି। ଚୋରି, ଛିନତାଇ , ଗଣ୍ଡଗୋଳକୁ ରୋକିବାକୁ ୮ ପ୍ଲାଟୁନ୍ ପୁଲିସ୍ ଫୋର୍ସ ସହ ସାଧା ପୋଷାକରେ ପୁଲିସ୍ ମୂତୟନ ରହିବେ । ଦୁଇ ଜଣ ଅତିରିକ୍ତ ଏସପି ସୁରକ୍ଷା ଦାୟିତ୍ଵରେ ରହିବେ । ସେପଟେ ଜାଗର ଯାତ୍ରା ପାଇଁ ମଧ୍ୟ ୨୦ ପ୍ଲାଟୁନ୍ ପୁଲିସ୍ ଫୋର୍ସ କରାଯିବ ବୋଲି ପୁରୀ ଏସପି ସୂଚନା ଦେଇଛନ୍ତି ।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories