www.samajalive.in
Sunday, December 7, 2025
18.1 C
Bhubaneswar

ପନୀର ପାସ୍ତା

ଆବଶ୍ୟକ ସାମଗ୍ରୀ
ପାସ୍ତା – ୧କପ
ପାଣି – ୩କପ
କଟା ସିମଲା ଲଙ୍କା – ୧ଟି
ପେଷା ଟମାଟୋ – ୧ଟି
ଅଦା ରସୁଣ ବଟା – ୧ ଚାମଚ
ଚିଲି ସସ – ଅଳ୍ପ
ଚିଜ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ଗରମ ମସଲା – ଅଳ୍ପ
ଟମାଟୋ ସସ – ୧ଚାମଚ
ତେଲ – ଆବଶ୍ୟକ ପରିମାଣରେ
କଟା ଧନିଆପତ୍ର – ଅଳ୍ପ
ପନୀର – ଅଳ୍ପ
ଦହି – ଅଳ୍ପ
ଗୁଜୁରାତି ଗୁଣ୍ଡ – ଅଳ୍ପ
ହଳଦୀ ଗୁଣ୍ଡ – ଅଳ୍ପ
କସ୍ତୁରୀ ମେଥି – ଅଳ୍ପ
ଲେମ୍ବୁ ରସ – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ଏକ ପାତ୍ରରେ ପନୀର, ଦହି, ହଳଦୀ ଗୁଣ୍ଡ, କସ୍ତୁରୀ ମେଥି, ଗୁଜୁରାତି ଗୁଣ୍ଡ, ଗରମ ମସଲା, ଲୁଣ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ ଓ ୧ ଘଣ୍ଟା ରଖି ଦିଅନ୍ତୁ। ଏବେ ଗ୍ୟାସରେ ଏକ ପାତ୍ର ବସାଇ ପାଣି ଗରମ କରନ୍ତୁ। ପାଣି ଗରମ ହେବା ପରେ ପାସ୍ତା ଓ ଲୁଣ ପକାଇ ୧୦ ମିନିଟ ଫୁଟାନ୍ତୁ। ୧୦ ମିନିଟ ପରେ ଗରମ ପାଣିରୁ ପାସ୍ତା ବାହାର କରି ଥଣ୍ଡା ପାଣିରେ ପକାଇ ଏହାକୁ ଛାଣି ଏକ ପାତ୍ରକୁ କାଢି ଦିଅନ୍ତୁ। ଏବେ ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଗୋଳାଇ ରଖିଥିବା ପନୀରକୁ ଭଲ ଭାବେ ଭାଜନ୍ତୁ। ଭାଜିବା ପରେ ଭଜା ପନୀରକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ସେହି କଡ଼େଇରେ ପୁଣି କିଛି ତେଲ ଗରମ କରି ସିମଲା ଲଙ୍କା ଭାଜନ୍ତୁ। ଲଙ୍କା ଭାଜିହେବା ପରେ ଏଥିରେ ଅଦାରସୁଣ ବଟା ପକାଇ ଅଳ୍ପ ସମୟ କଷନ୍ତୁ। କଷିବା ପରେ ପେଷା ଟମାଟୋ, ଚିଲି ସସ, ଲଙ୍କା ଗୁଣ୍ଡ, ଲୁଣ, ପକାଇ ଭଲ ଭାବେ ଗୋଳାନ୍ତୁ। ଗୋଳାଇବା ପରେ ସିଝା ହୋଇଥିବା ପାସ୍ତା, ଭଜା ହୋଇଥିବା ପନୀର ପକାଇ ଗୋଳାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ପନୀର ଟିକ୍କା ପାସ୍ତା। ଏହାକୁ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories