www.samajalive.in
Monday, December 15, 2025
27.1 C
Bhubaneswar

ସଲାଗୁଡା ଆଶ୍ରମ ବିଦ୍ୟାଳୟରେ ଅଭିଭାବକ ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ 

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଗୋଚପଡା ଥାନା ଅନ୍ତର୍ଗତ ସଲାଗୁଡା ଠାରେ ଥିବା ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ ବିଦ୍ୟାଳୟରେ ଅଭିଭାବକ ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋରଞ୍ଜନ ସାହୁଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଲାଗୁଡା ପଞ୍ଚାୟତର ନାଏବ ସରପଞ୍ଚ ପୁର୍ଣିମା କହଁର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅନୁଷ୍ଠାନିକ ଭାବେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟ୍ୟରେ ପଞ୍ଚାୟତର ପ୍ରାଣୀ ଚିକିତ୍ସା ସହାୟକ ସସ୍ମିତା ପୃଷ୍ଟି, କୃଷି ବିଭାଗର ସହକାରୀ କୃଷି ଅଧିକାରୀ ତତ୍ତ୍ୱଦର୍ଶିନୀ ପଟ୍ଟନାୟକ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଭରତ ଦିଗାଲ, ସାଧନ କର୍ମୀ କୈଳାଶ ଚନ୍ଦ୍ର କହଁର, ୱାର୍ଡ ସଭ୍ୟ ସୁଶାନ୍ତ କହଁର ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ସମସ୍ତ ଅଭିଭାବକ ଉପସ୍ଥିତ ଥିବା ବେଳେ ବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗ ପକ୍ଷରୁ ବିଭିନ୍ନ ଷ୍ଟଲ ଖୋଲାଯାଇ ଅଭିଭାବକ ମାନଙ୍କୁ ଅଧିକାରୀ ମାନେ ସଚେତନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories