www.samajalive.in
Sunday, December 14, 2025
23.1 C
Bhubaneswar

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

ପାପଡାହାଣ୍ଡି: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଆନୁକୂଲ୍ୟରେ ରବିବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଏମପି ରମେଶ ମାଝୀ, ଡାବୁଗାଁ ବିଧାୟକ ମନହୋର ରନ୍ଧାରି, ଜ଼ିଲ୍ଲା ପରିଷଦ ଅଧକ୍ଷା ଭଗବତି ଭତରା, ଉପାଧ୍ୟାକ୍ଷା ନିବେଦିତା ମହାନ୍ତି, ବ୍ଲକ ଉପାଧକ୍ଷ ତ୍ରିନାଥ ପ୍ରଧାନ, ଡିଏସଏସଓ ସୁଧାଂଶୁ କୁମାର ପାତ୍ର, ଏସଏସଓ ଜ୍ୟୋତ୍ସ୍ନା ରାଣୀ ପାତ୍ର, ବିଏସଏସଓ ଧନଞ୍ଜୟ ରାଓ ପ୍ରମୁଖ ଯୋଗ ଦେଇଥିଲେ। ଶିବିରରେ ମୋଟ ୧୯୯ ଜଣଙ୍କୁ ପଞ୍ଜିକରଣ କରାଯାଇଥିଲା। ବିଭିନ୍ନ ଉପକରଣ ବଣ୍ଟନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବିଡ଼ିଓ ରଞ୍ଜିତା ମଲିକ, ତହସିଲଦାର ଯୋଗେଶ୍ୱର ଭୋଇ, ସହକାରି ଯନ୍ତ୍ରୀ ଅଭିମନ୍ୟୁ ବେହେରା ଓ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories