www.samajalive.in
Thursday, December 11, 2025
16.1 C
Bhubaneswar

ସରିଲା ତୁମ୍ବର୍ଲା ବାଲି ଯାତ୍ରା, ଶୋଭାଯାତ୍ରାରେ ହଜାର ହାଜର ଶ୍ରଦ୍ଧାଳୁ ସାମିଲ

ପାପଡାହାଣ୍ଡି: ପାପଡାହାଣ୍ଡି ବ୍ଲକ ତୁମ୍ବର୍ଲା ଠାରେ ଚାଲିଥିବା ବାଲି ଯାତ୍ରା ଉଦଯାପିତ ହୋଇଯାଇଛି। ଏହି ଅବସରରେ ଗୁଡ଼ି ଘରୁ ବିହନ ଟୋକେଇ ଉଠା ହୋଇଥିଲା। ସମସ୍ତେ ବାଦ୍ୟ ଓ ନୃତ୍ୟର ତାଳେ ତାଳେ ବିହନ ଟୋକେଇ ଧରି ବାଲି ପଡିଆରେ ପହଞ୍ଚିଥିଲେ। ଏହାସହ ଅଞ୍ଚଳର ଗାଦୀ, ଲାଠି ଆଦିର ସମାଗମ ହୋଇଥିଲା। ଶୋଭାଯାତ୍ରାରେ ସ୍ଥାନୀୟ ଅଞ୍ଚଳର ହଜାର ହାଜର ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ବାଲି ପଡିଆରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଥିଲା। ରାତିରେ ସ୍ଥାନୀୟ ଲୋକଙ୍କ ମନୋରଞ୍ଜନ ଲାଗି ନୃତ୍ୟସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ଉଦଯାପନ ଉତ୍ସବରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ପରିଷଦ ଅଧକ୍ଷ ମୋତିରାମ ନାୟକ, ବ୍ଲକ ଉପାଧକ୍ଷ ସୁଶାନ୍ତ କୁମାର ବେହେରା, ଜିଲା ପରିଷଦ ସଭ୍ୟ ୟଶବନ୍ତ ନାୟକ, ରାଜେନ୍ଦ୍ର କଚିମ, ଦିବ୍ୟାଦାନ କଚିମ, ଅକ୍ଷୟ ସାହୁ, ସଞ୍ଜୀବ ନାଗ ପ୍ରମୁଖ ଯୋଗ ଦେଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories