www.samajalive.in
Saturday, December 6, 2025
23.1 C
Bhubaneswar

ତୋଫାପଣ ପାଇଁ ପାଚିଲା ଅମୃତ ଭଣ୍ଡାର ଫେସ ପ୍ୟାକ୍

ଯୁବତୀମାନେ ସୁନ୍ଦର ଓ କୋମଳ ତ୍ୱଚା ପାଇଁ ବିଭିନ୍ନ ପ୍ରକାର ପ୍ରସାଧନ ସମଗ୍ରୀ ବ୍ୟବହାର କରନ୍ତି। କିନ୍ତୁ ଏହା ତ୍ୱାଚା ପାଇଁ କ୍ଷତିକାରକ ହୋଇଥାଏ । ଘରୋଇ ଓ ପ୍ରାକୃତିକ ଉପଚାର ଦ୍ୱାରା ଆପଣ ତ୍ୱାଚାକୁ ସୁନ୍ଦର ଓ ଆର୍କଷଣ କରିପାରିବେ। ଏଥିପାଇଁ ଆପଣ ପାଚିଲା ଅମୃତ ଭଣ୍ଡା ବ୍ୟବହାର କରିପାରିବେ ।

ନମନୀୟ ତ୍ୱଚା: ପାଚିଲା ଅମୃତଭଣ୍ଡା ଛୋଟ ଖଣ୍ଡରେ ଏକ ଚାମଚ ମହୁ ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହି ପେଷ୍ଟକୁ ମୁହଁରେ ଲଗାଇ ୩୦ ମିନିଟ ପର୍ଯ୍ୟନ୍ତ ରଖନ୍ତୁ। ପେଷ୍ଟଟି ମୁହଁରେ ଶୁଖିଗଲା ପରେ  ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ।

- Advertisement -

ଗୋରା ତ୍ୱଚା: ଅଧା ଚାମଚ ଅମୃତଭଣ୍ଡା ରସରେ ଏକ ଚାମଚ ମହୁ ଓ ଅଧା ଚାମଚ ଲେମ୍ବୁ ରସକୁ ଭଲ ଭାବରେ ମିଶାନ୍ତୁ। ଏହାକୁ ତ୍ୱଚାରେ ପ୍ରଲୋପ କରନ୍ତୁ। ୧୫-୨୦ ମିନିଟ ପରେ ନଖ ଉଷୁମ ପାଣିକୁ ହାତରେ ନେଇ ଧୀରେ ଧୀରେ ମସାଜ କରନ୍ତୁ। ପ୍ରଲେପଟି ଛାଡିଗଲା ପରେ ଥଣ୍ଡା ପାଣିରେ ମୁହଁ ଧୋଇ ଦିଅନ୍ତୁ। ଏହାକୁ ସପ୍ତାହରେ ଥରେ। ବ୍ୟବହାର କରନ୍ତୁ ଫରକ ଜାଣିପାରିବେ।

ମୁହଁ ଭାଙ୍ଗ ଦୂର କରିବା ପାଇଁ: ପାଚିଲା ଅମୃତଭଣ୍ଡା ଚୋପା ମୁହଁ ଭାଙ୍ଗ ଦୂର କରିବାରେ ସହାୟକ ହୋଇଥାଏ। ମୃତ କୋଷିକାକୁ ଦୂର  କରିବା ସହ ମୁହଁରୁ ଭାଙ୍ଗ ଓ ଦାଗ ଦୂର କରିଥାଏ।

ଆଖିତଳ କଳା ଦାଗ ଦୂର କରିବାକୁ: କଞ୍ଚା ଅମୃତଭଣ୍ଡାର ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏହାକୁ ଆଖି ତଳେ ଚାରି କଡରେ ଳଗାଇ ୧୦ ମିନିଟ ଛାଡି ଦିଅନ୍ତୁ। ପରେ ପାପୁଲିରେ ଧୀରେ ଧୀରେ ଘସି ଉଷୁମ ପାଣିରେ ଏକ କଟନକୁ ଭିଜାଇ, ସେଥିରେ ସଫା କରି ପୋଛି ଦିଅନ୍ତୁ।

ଟ୍ୟାନ ରିମୁଭ: ଏକ କପ ପାଚିଲା ଅମୃତଭଣ୍ଡାର ପେଷ୍ଟ ନିଅନ୍ତୁ, ସେଥିରେ ଏକ ଚାମଚ ମହୁ ଓ ହଳଦୀ ଗୁଣ୍ଡ ମିଶାଇ ଏକ ପ୍ରଲେପ କରି ମୁହଁରେ ଲଗାଇ ୨୦-୩୦ ମିନିଟ ପର୍ଯ୍ୟନ୍ତ ରଖନ୍ତୁ। ଶୁଖିଗଲା ପରେ ଉଷୁମ ପାଣିରେ ଘସି କାଢି ଦିଅନ୍ତୁ ପରେ ଥଣ୍ଡା ପାଣିରେ ଭଲ ଭାବରେ ମୁହଁ ଧୋଇ ଦିଅନ୍ତୁ।

ବ୍ରଣ: ମୁହଁରୁ ବ୍ରଣ ଦୂର କରିବା ପାଇଁ ପାଚିଲା ଅମୃତଭଣ୍ଡାକୁ ଗ୍ରାଇଣ୍ଡ କରି ଏକ ପେଷ୍ଟ ତିଆରି କରନ୍ତୁ । ଏହାକୁ ମୁହଁରେ ମାକ୍ସ ଭଳି ଲଗାଇ ୧୫-୨୦ ମିନିଟ ରଖି ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ। କିଛି ଦିନ ପରେ ଏହାର ଫରକ ଜାଣିପାରିବେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories