www.samajalive.in
Sunday, December 7, 2025
13.1 C
Bhubaneswar

୧୪ରୁ ପାରାଦ୍ୱୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ

ସମାଜ ଡିଜିଟାଲ ଡେସ୍କ: ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପଠାରେ ଆସନ୍ତା ୧୪ ତାରିଖରେ ଆରମ୍ଭ ହେବାକୁ ଯାଉଛି କଳିଙ୍ଗ ବାଲିଯାତ୍ରା ମହୋତ୍ସବ। ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ପାରାଦ୍ୱୀପ ସମୁଦ୍ର ବେଳାଭୂମି ସଜେଇ ହୋଇଛି। ବିଜୁ ମଇଦାନରେ ଆରମ୍ଭ ହେବାକୁ ଥିବା କଳିଙ୍ଗ ବାଲିଯାତ୍ରାକୁ ଆହୁରି ବିସ୍ତୃତ କରିବା ପାଇଁ ଚଳିତ ବର୍ଷ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଜେ ସୋନାଲ ସମୀକ୍ଷା କରିଛନ୍ତି। ଜିଲ୍ଲାପାଳ ତଥା କଳିଙ୍ଗ ବାଲିଯାତ୍ରାର ଅଧ୍ୟକ୍ଷ ଜେ ସୋନାଲ କହିଛନ୍ତି ଯେ, ପୂର୍ବ ବର୍ଷଠାରୁ ଚଳିତ ବର୍ଷ କଳିଙ୍ଗ ବାଲିଯାତ୍ରା କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପୂର୍ବବର୍ଷ ଅପେକ୍ଷା ଅଧିକ ଷ୍ଟଲ ସହିତ ଓରମାସ ପକ୍ଷରୁ ପାଖାପାଖି ପାଞ୍ଚଶହରୁ ଅଧିକ ଷ୍ଟଲ ଖୋଲାଯିବାକୁ ପ୍ରସ୍ତୁତି ହୋଇସାରିଛି। କଳିଙ୍ଗ ନୌ ବାଣିଜ୍ୟର ପରମ୍ପରା ଭିତ୍ତିକ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନିଆଯାଇଛି। କଟକ ଐତିହାସିକ ବାଲିଯାତ୍ରା ଓ ଗୋପାଳପୁର ମହୋତ୍ସବ ଭଳି ପାରାଦ୍ୱୀପ କଳିଙ୍ଗ ବାଲିଯାତ୍ରାକୁ ସମାନ ଢଙ୍ଗରେ ପାଳନ କରିବାକୁ ଜିଲ୍ଲା ପ୍ରଶାସନ ଉଦ୍ୟମ ଆରମ୍ଭ କରିଛି। ବାଲିଯାତ୍ରା ଦେଖିବାକୁ ଆସୁଥିବା ଦର୍ଶକମାନଙ୍କ ମନୋରଞ୍ଜନ ପାଇଁ ସନ୍ଧ୍ୟାରେ ବଲିଉଡ ଏବଂ ଓଲିଉଡ଼ କଳାକାରଙ୍କୁ ନିମନ୍ତ୍ରଣ କରାଯାଇଛି। ରାଜ୍ୟ ଓ ରାଜ୍ୟ ବାହାରୁ ବିଭିନ୍ନ କଳାକାରଙ୍କୁ ଆମନ୍ତ୍ରଣ କରାଯାଇଥିବା ଜିଲ୍ଲାପାଳ ପ୍ରକାଶ କରିଛନ୍ତି। ଲୋକନୃତ୍ୟ ସହିତ ଓଡ଼ିଶାର କଳା ସଂସ୍କୃତି ଓ ପରମ୍ପରାକୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ କରାଯିବାକୁ ନିଷ୍ପତ୍ତି ହୋଇଛି। ଆସନ୍ତା ୧୪ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ପାରାଦ୍ୱୀପ ସହରର ବିଜୁ ମୈଦାନଠାରେ କଳିଙ୍ଗ ବାଲିଯାତ୍ରା କାର୍ଯ୍ୟକ୍ରମର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories