www.samajalive.in
Saturday, December 6, 2025
26.1 C
Bhubaneswar

କ୍ୱାଟରରେ ଅଗ୍ନିକାଣ୍ଡ ; ଅଳ୍ପକେ ବର୍ତିଲେ ୫

ପାରାଦ୍ୱୀପ : ପାରାଦ୍ୱୀପ ନୂଆବଜ଼ାର କ୍ୱାର୍ଟରରେ ଅଗ୍ନିକାଣ୍ଡ ଘଟି  ୫ ଜଣ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ତିନିଟି ବାଇକ ସହ ଦୁଇଟି ସାଇକେଲ ପୋଡି ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡ ଖବର ପାଇ ବନ୍ଦର ସିଆଇଏସଏଫ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ପହଂଚି ନିଆଁକୁ ଆୟତ କରିଥିଲେ। ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।
ସୂଚନା ଅନୁସାରେ, ନୂଆବଜ଼ାର ଅଂଚଳରେ ଥିବା ଫକୀର ମୋହନ କମ୍ପ୍ଲେକ୍ସ ଏ ଟାଇପ କ୍ୱାଟରରେ ହଠାତ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ତିନି ତାଲାରେ ନିଆଁ ଲାଗିବା ଦେଖି ଲୋକେ ଭୟଭୀତ ହୋଇ ତୁରନ୍ତ ଅଗ୍ନିଶମ ବିଭାଗକୁ ଫୋନ କରିଥିଲେ । ପୋର୍ଟ ସିଆଇଏସଏଫ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ପହଂଚି କ୍ୱାଟରରେ ଫସି ରହିଥିବା ପାଞ୍ଚ ଜଣ ଲୋକଙ୍କୁ ଉଦ୍ଧାର କରିଥିଲେ । ଅଧ ଘଣ୍ଟା କାଳ କସରତ ପରେ ନିଆଁକୁ ଆୟତ୍ତ କରାଯାଇଥିଲା । ଅଗ୍ନିକାଣ୍ଡରେ ସିଡ଼ି ଘରେ ଥିବା ୨ଟି ବାଇକ ଓ ସାଇକେଲ ପୋଡି ନଷ୍ଟ ହୋଇଯାଇଛି । ଘଟଣା ସମ୍ପର୍କରେ ଖବର ପାଇ ବନ୍ଦର ସଚିବ ପିଏନ ବାହେକର ପହଂଚି ସ୍ଥିତି ଅନୁଧ୍ୟାନ କରିଥିଲେ । ବିଦ୍ୟୁତ ସଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories