www.samajalive.in
Saturday, December 6, 2025
26.1 C
Bhubaneswar

ନିର୍ମମ ହତ୍ୟା ; ପୁଅର କଟୁରୀ ଚୋଟରେ ମାଆ ମୃତ

ପାରାଦ୍ୱୀପ : ପାରାଦ୍ୱୀପ ଉପକଣ୍ଠ ଭୂତମୁଣ୍ଡାଇ ଗ୍ରାମରେ ଆଜି ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର କଟୁରୀ ଚୋଟରେ ଚାଲି ଯାଇଛି ମାଆର ଜୀବନ। ମାଆ ସୁଲୋଚନାଙ୍କୁ ତାଙ୍କ ସାନପୁଅ ଅଂଶୁମାନ ବେହେରା ହତ୍ୟା କରିଛି।  ହତ୍ୟାକାଣ୍ଡ ସମ୍ପର୍କରେ ଖବର ପାଇ ଲକ ଥାନା ପୁଲିସ ହତ୍ୟାକାରୀ ପୁଅକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁସାରେ,ଗତକାଲି ଘରେ ଭୋଜିଥିଲା । ଭୋଜି ପାଇଁ ସମସ୍ତ ବନ୍ଧୁ ପରିଜନ ଆସିଥିଲେ । ଭୋଜି ସାରି ଗତକାଲି ବିଳମ୍ବିତ ରାତିରେ ସମସ୍ତେ ଯାଇଥିବା ବେଳେ ଆଜି ସକାଳୁ ଏଭଳି ଅଘଟଣ ଘଟିଛି । ସକାଳୁ ସୁଲୋଚନା ଦାଣ୍ଡ ପିଣ୍ଡାରେ ମୁଣ୍ଡ କୁଣ୍ଡାଉଥିବା ବେଳେ ପୁଅ ଅଂଶୁମାନ ଏକ କଟୁରୀ ସାହାଯ୍ୟରେ ମାଆଙ୍କୁ ଅତର୍କିତ ଭାବେ ଆକ୍ରମଣ କରି ଥିଲା। ଘଟଣାସ୍ଥଳରେ ହିଁ ସୁଲୋଚନାଙ୍କର ମୃତ୍ୟୁ ହୋଇଥିଲା । ସୁଲୋଚନା ଗଡ଼ ଶ୍ରୀମା ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷୟତ୍ରୀ ଭାବେ କାର୍ୟ୍ୟ କରୁଥିଲେ । ଏହି ଘଟଣା ସ୍ଥାନୀୟ ଅଂଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ହତ୍ୟାକାଣ୍ଡର କାରଣ ଏଯାଏଁ ଅସ୍ପଷ୍ଟ ରହିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories