www.samajalive.in
Sunday, December 7, 2025
23.1 C
Bhubaneswar

ପାରାଦୀପରେ ସର୍ବାଧିକ ବର୍ଷା: ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା

ଭୁବନେଶ୍ଵର : ଅତି ଭୟଙ୍କର ଭାବେ ମାଡି ଆସୁଛି ବାତ୍ୟା। ଦାନା ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ପାରାଦୀପରେ ସର୍ବାଧିକ ୬୨.୯ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି ଚାନ୍ଦବାଲିରେ ୪୬.୨, କୁଜଙ୍ଗ ଓ ରାଜକନିକାରେ ୨୭ ମିମି, ରାଜନଗରରେ ୨୪ ଓ ନୀଳଗିରିରେ ୨୩ ମିଲିମିଟର, ପଟ୍ଟାମୁଣ୍ଡାଇରେ ୨୨.୫, ଆଳିରେ ୨୧ ମିମି ବର୍ଷା ରେକର୍ଡ ହୋଇଛି। ପୁଣି ଥରେ ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା ଜାରି କରାଯାଇଛି। ଭଦ୍ରକ , ବାଲେଶ୍ଵର, କେନ୍ଦ୍ରାପଡା ଉପକୂଳରେ ସ୍ଵାଭାବିକଠୁ ଅଧିକ ୧ରୁ ୨ ମିଟର ପର୍ଯ୍ୟନ୍ତ  ଜୁଆର ଆସିପାରେ। ଜଗତସିଂହପୁରରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିବା ନେଇ ଆଶଙ୍କା କରାଯାଉଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories