www.samajalive.in
Monday, December 15, 2025
16.1 C
Bhubaneswar

ଆସୁଛି ମୋନ୍ଥା: ପାରାଦୀପରେ ସତର୍କ ସୂଚନା

ଭୁବନେଶ୍ଵର: ଭୀଷଣ ବାତ୍ୟା ମୋନ୍ଥା ପାଇଁ ପାରାଦୀପରେ ସତର୍କ ସୂଚନା ଜାରି କରାଯାଇଛି। ମତ୍ସ୍ୟ ବିଭାଗ ଓ ସାମୁଦ୍ରିକ ପୁଲିସ ପକ୍ଷରୁ ମାଇକ୍ ଦ୍ଵାରା ଲୋକମାନଙ୍କୁ ସତର୍କ କରାଯାଇଛି। ନେହେରୁ ବଙ୍ଗଳା , ଫିସିଂ ହାର୍ବର , ଅଠରବାଙ୍କି ଏବଂ ଷଣ୍ଢକୁଦରେ ପ୍ରଚାର କରାଯାଉଛି। ନୂଆବଜାର , ଚୌମୁହାଣି ଅଞ୍ଚଳରେ ବି ମାଇକ୍ ଦ୍ଵାରା ପ୍ରଚାର କରାଯାଉଛି। ୨୯ ତାରିଖ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଏବଂ ଯେଉଁମାନେ ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ ଅପିଲ କରାଯାଇଛି।

ତେବେ ବଙ୍ଗୋପସଗାରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତର ରୂପ ନେବ । ୨୬ତାରିଖରେ ଗଭୀର ଅବପାତରେ ପରିଣତ ହେବା ପରେ ୨୭ତାରିଖରେ ବାତ୍ୟାରେ ପରିଣତ ହେବ । ହେଲେ ଏହି ବାତ୍ୟା ଓଡ଼ିଶାରେ କୌଣସି କ୍ଷତି ପହଞ୍ଚାଇବ ନାହିଁ । ବାତ୍ୟା ଆନ୍ଧ୍ରପ୍ରଦେଶ ମୁହାଁ ହେଉଥିବା ବେଳେ କେଉଁଠି ସ୍ଥଳଭାଗ ଛୁଇଁବ ତାହା ନେଇ ଆକଳନ କରାଯାଇନାହିଁ । ଏହା କେଉଁଠି ଅତିକ୍ରମ କରିବ, କେତେ ବେଗରେ ମାଡ ହେବ ଆଜି ଆଇଏମଡି ଏନେଇ ସୂଚନା ଦେଇପାରେ ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories