www.samajalive.in
Monday, December 15, 2025
15.1 C
Bhubaneswar

କେନ୍ଦ୍ରୀୟ ବିଦ୍ୟାଳୟରେ ପରାକ୍ରମ ଦିବସ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲା ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟଠାରେ ପରାକ୍ରମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସୁବାଷ ଚନ୍ଦ୍ର ବୋଷଙ୍କ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ନେତାଜୀଙ୍କ ଉପରେ ବହୁ ତଥ୍ୟ ଭିତିକ ଉଦବୋଧନ ପ୍ରଦାନ କରିଥିଲେ । ଅନ୍ୟ ଶିକ୍ଷକ ଓ ଶିକ୍ଷ୍ରତୟୀମାନେ ମଧ୍ୟ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସୁବାଷ ବୋଷଙ୍କ ନୀତି ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ପରୀକ୍ଷା ପେ ଚର୍ଚ୍ଚା ଉପରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ଜବାହର ନବୋଦୟ ବିଦ୍ୟାଳୟ , କାରମେଲ୍ ବିଦ୍ୟାଳୟ , ପବ୍ଳିକ୍ ସ୍କୁଲ , ସରକାରୀ ଏଜେଓ ଉଚ୍ଚ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories