www.samajalive.in
Friday, December 5, 2025
23.1 C
Bhubaneswar

କଟକ ପରାକ୍ରମ ଶୋଭାଯାତ୍ରାରେ ସାମିଲ ହେଲେ ରାଜ୍ୟପାଳ

କଟକ : ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଗୁରୁବାର ଦିନିକିଆ କଟକ ଗସ୍ତ କରିଛନ୍ତି। ଦିନ ସାରା ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରକଳ୍ପର ସମୀକ୍ଷା କରିଥିଲେ। ପୂର୍ବାହ୍ଣରେ ଅପରେସନ ସିନ୍ଦୂରର ସଫଳତା ଓ ଭାରତୀୟ ସେନାବାହିନୀର ଦକ୍ଷତାକୁ ସମ୍ମାନ ଜଣାଇ ନେତାଜୀ ସ୍ମାରକୀ ଠାରେ ପରାକ୍ରମ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ ପତାକା ଦେଖାଇ ଏହି ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ଉକ୍ତ ପରାକ୍ରମ ରାଲି ସହର ପରିକ୍ରମା କରି ସ୍ବରାଜ ଆଶ୍ରମ ଠାରେ ପହଞ୍ଚିଥିଲା। ଭାରତୀୟ ସେନାର ଅଦମ୍ୟ ସାହସକୁ ସମ୍ମାନ ଜଣାଇ ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ଶୋଭାଯାତ୍ରାରେ ସମାଜର ସବୁ ବର୍ଗର ନାଗରିକଙ୍କ ସହ ପ୍ରଶାସନିକ ଅଧିକାରୀ, ପୁଲିସ ବାହିନୀ, ଏନସିସି କ୍ୟାଡେଟ୍‌, ଓଡ୍ରାଫ, ଏନଡିଆରଏଫ, ଅଗ୍ନିଶମ କର୍ମଚାରୀ, ଶିକ୍ଷକ, ମହିଳା, ଛାତ୍ରଛାତ୍ରୀ, କ୍ରୀଡ଼ାବିତ ଓ ବୁଦ୍ଧିଜୀବୀ ସାମିଲ ହୋଇଥିଲେ। ମେୟର ସୁବାସ ଚନ୍ଦ୍ର ସିଂହ, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ବି. ପରମେଶ୍ବରନ, ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ, ଡିସିପି ଖିଲାରି ରିଷିକେଶ ଦ୍ୟାନଦେଓ, ସିଏମସି କମିସନର ଅନାମ ଚରଣ ପାତ୍ର, ଅତିରିକ୍ତ ଜିଲାପାଳ ଶିବ ଟପ୍ପୋ, କଟକ ସଦର ଉପଜିଲାପାଳ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓ ପ୍ରମୁଖ ଉପସ୍ଥିତ ଥିଲେ। ଶୋଭାଯାତ୍ରା ପୂର୍ବରୁ ରାଜ୍ୟପାଳ ନେତାଜୀ ସଂଗ୍ରହାଳୟ ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସଂଗ୍ରହାଳୟ ବୁଲି ଦେଖିଥିଲେ। ଏହାପରେ ଜିଲାପାଳ କାର୍ଯ୍ୟାଳୟର ନୂତନ ସମ୍ମେଳନ କକ୍ଷରେ କଟକ ଜିଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ନେଇ ବିଭାଗୀୟ ଅଧିକାରୀ ଏବଂ ସମସ୍ତ ଲୋକ ପ୍ରତିନିଧିଙ୍କ ସହ ସମୀକ୍ଷା କରିଥିଲେ। ନୌବାଣିଜ୍ୟ ସଂଗ୍ରହାଳୟଠାରେ ମୁଦ୍ରା ଯୋଜନାର ହିତାଧିକାରୀମାନଙ୍କ ସହିତ ଆଲୋଚନା ସହ ରାଜ୍ୟପାଳ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ) ଅଧୀନରେ ଉପକୃତ ହୋଇଥିବା ହିତାଧିକାରୀ ବିଡ଼ାନାସୀ ଗୋପାଳସାହିର ପୁଷ୍ପଲତା ଶାସମଲ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧୀନରେ ଉପକୃତ ହୋଇଥିବା ହିତାଧିକାରୀ ସାନ ମୁଣ୍ଡୁଳିର ମଇନା ସାହୁଙ୍କ ଗୃହ ପରିଦର୍ଶନ କରିଥିଲେ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories