www.samajalive.in
Saturday, December 13, 2025
23.1 C
Bhubaneswar

ଓଡ଼ିଶାର ୨ ବୀର ସହିଦଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ

ଭୁବନେଶ୍ବର: ଓଡ଼ିଶାର ୨ ବୀର ସହିଦଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ୨ ବୀର ସହିଦ କମାଣ୍ଡୋ ଦେବାଶିଷ ସେଠୀ ଓ ସୁଧୀର ଟୁଡୁଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦେବାଶିଷଙ୍କ ବାପାମା’ ଏବଂ ସୁଧୀରଙ୍କ ମା’ଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି। ସାହସିକତା ଓ ବୀରତ୍ୱ ପାଇଁ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା ବ୍ଲକ ବାଘଡା ପଞ୍ଚାୟତ ସାନଭଦୁଆ ଗ୍ରାମର ଏସଓଜି କମାଣ୍ଡୋ ସହିଦ ସୁଧୀର ଟୁଡୁଙ୍କୁ ‘ଶୌର୍ଯ୍ୟ ଚକ୍ର’ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି।

କନ୍ଧମାଳ ସୀମାନ୍ତ ସିର୍କୀ ଜଙ୍ଗଲରେ ମାଓବାଦୀଙ୍କ ସହିତ ଗୁଳି ବିନିମୟରେ ୨୦୨୦ ସେପ୍ଟେମ୍ବର ମାସ ୯ ତାରିଖରେ ଦେଶମାତୃକା ସେବାପାଇଁ ସୁଧୀର ଟୁଡୁ ସହିଦ ହୋଇଥିଲେ । ତାଙ୍କର ଅପୂର୍ବ ବୀରତ୍ୱ ପ୍ରଦର୍ଶନ ପାଇଁ ଭାରତ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୫ , ୨୦୨୧ରେ ସ୍ୱାଧୀନତା ଦିବସ ଅବସରରେ ମରଣୋତ୍ତର ‘ଶୌର୍ଯ୍ୟଚକ୍ର’ ଘଷଣା କରାଯାଇଥିଲା । ସହିଦ ସୁଧିରଙ୍କ ମା ଜଉନା ଟୁଡୁଙ୍କୁ ଏହି ଶୌର୍ଯ୍ୟଚକ୍ର ଗ୍ରହଣ କରିଛନ୍ତି। ସେହିପରି ସହିଦ ଦେବାଶିଷ ସେଠୀ ଏସଓଜି କମାଣ୍ଡର ଥିଲାବେଳେ ସହିଦ ହୋଇଥିଲେ । ତାଙ୍କ ବାପା ସନାତନ ସେଠୀ ଏହି ସମ୍ମାନ ଗ୍ରହଣ କରିଛନ୍ତି।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories