www.samajalive.in
Saturday, December 6, 2025
16.1 C
Bhubaneswar

ପରୀ ହତ୍ୟା ମାମଲା : ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସଆଇଟି

କଟକ : ନୟାଗଡ଼ ଜିଲk ଯଦୁପୁରର କୁନି ଝିଅ ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ଆଜି ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛି। ପରୀ ମୃତ୍ୟୁ ମାମଲା କେତେ ବାଟ ଆଗେଇଛି, ତା’ର ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଛି। ଏକ ବନ୍ଦ ଲଫାପା ଭିତରେ ସତ୍ୟପାଠ ଦାଖଲ କରାଯାଇଛି। ଆସନ୍ତା ୨୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ପରବର୍ତ୍ତୀ ଶୁଣାଣି ସମୟରେ ବନ୍ଦ ଲଫାପାରେ ତଦନ୍ତର ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ଓ ଡକ୍ଟର ଜଷ୍ଟିସ ବି.ଆର୍. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ପଦ୍ମାଳୟା ମହାପାତ୍ର ଓ ଭାରତୀୟ ବିକାଶ ପରିଷଦ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ସୂଚନାଯୋଗ୍ୟ ପରୀ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ନୟାଗଡ ଏସପିଙ୍କୁ ପୂର୍ବରୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସେହିପରି ତଦନ୍ତର ଅଗ୍ରଗତି ସମ୍ପର୍କରେ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବାକୁ ନୟାଗଡ ଏସପିଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ପୂର୍ବ ନିର୍ଦ୍ଦେଶ ଅନୁସାରେ ଆଜି ଏସପି ସତ୍ୟପାଠ ଦାଖଲ କରିଛନ୍ତି ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories