www.samajalive.in
Monday, December 15, 2025
14.1 C
Bhubaneswar

ରିମୁଳି ମହାବିଦ୍ୟାଳୟରେ ପରିବେଶ ପରିମଳ ଅଭିଯାନ କାର୍ଯ୍ୟକ୍ରମ

କେନ୍ଦୁଝରଗଡ଼ : ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା କ୍ରୀଡା ଓ ଯୁବ ସେବା ବିଭାଗ ମିଳିତ ଆନୁକୂଲ୍ୟରେ ରିମୁଳି ମହାବିଦ୍ୟାଳୟ ପକ୍ଷରୁ ଶନିବାର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅବସରରେ ପରିବେଶ ସ୍ୱଚ୍ଛତା ସମ୍ପର୍କିିତ ‘ପରିବେଶ ପରିମଳ ଅଭିଯାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବ୍ୟିାଳୟର ଅଧ୍ୟକ୍ଷ କର୍ଣ୍ଣେଶ୍ୱର ବୈଦ୍ୟ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସ୍ୱଚ୍ଛ ପରିବେଶ କିଭଳି ସୁସ୍ଥ ଜୀବନ ଓ ରୋଗମୁକ୍ତ ଜୀବନ ନିର୍ବାହରେ ମୁଖ୍ୟ ଭୂମିକା ଗ୍ରହଣ କରିଆସିଛି ସେ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ। ପ୍ରାଧ୍ୟାପକ ନବକିଶୋର ମହାନ୍ତ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସାମାଜିକ ଦାୟିତ୍ୱ ଓ କର୍ତ୍ତବ୍ୟ ପାଳନରେ ଛାତ୍ରଛାତ୍ରୀଙ୍କ ଭୂମିକା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମର ନୋଡାଲ ଅଫିସର ପୀତବାସ ପାତ୍ର କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ସାମାଜିକ ସଚେତନତା ମୂଳକ କାର୍ଯ୍ୟକ୍ରମର ଉପଦେଷ୍ଟା ଅଧ୍ୟାପକ ରାଜେଶ ଦୀପ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଅଧ୍ୟାପକ କିରଣ ଚୌଧୁରୀ, ଅଧ୍ୟାପିକା ପଙ୍କଜିନୀ ହୋ, ସ୍ୱାଗତିକା ମିଶ୍ର ଓ ସ୍ୱାଗତିକା ପତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିବା ସହ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ। ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ସମେତ ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories