www.samajalive.in
Thursday, December 11, 2025
14.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’: ସୋମବାର ଦିନ ୧୧ଟା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ  ବହୁ ପ୍ରତିକ୍ଷିତ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାଗ ନେବାକୁ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ନୂଆଦିଲ୍ଲୀର ତାଲକୋଟରା ଷ୍ଟାଡିୟମରେ ତୃତୀୟ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଆସନ୍ତାକାଲି ଅର୍ଥାତ ସୋମବାର ଦିନ ୧୧ଟାରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଭାଗରୁ ୨୦୦୦ରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ଭାଗ ନେବେ।

ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବେ ଓ କିଛି ମନୋନୀତ ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ। ପରୀକ୍ଷା ସମୟରେ କିଭଳି ଚାପର ମୁକାବିଲା କରିବାକୁ ହେବ ସେ ବିଷୟରେ ପ୍ରଧାନମନ୍ତ୍ରୀ ସେମାନଙ୍କୁ ପରାମର୍ଶ ଦେବେ। ୨୦୧୮ ଫେବୃୟାରୀ ମାସରେ ଅନୁଷ୍ଠିତ ପ୍ରଥମ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଅନ୍ୟମନସ୍କତାର ମୁକାବିଲା ପାଇଁ ଆତ୍ମସମୀକ୍ଷା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ସେହିପରି ଗତ ଜାନୁୟାରୀ ମାସରେ ‘ପରୀକ୍ଷା ପେ ଚର୍ଚ୍ଚା’ର ଦ୍ୱିତୀୟ ସଂସ୍କରଣରେ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ସମୟର ଅପଚୟ ନ କରି ଏହାର ସୁବିନିଯୋଗ କରିବାକୁ ପରାମର୍ଶ ଦେଇଥିଲେ ।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories