www.samajalive.in
Saturday, December 6, 2025
26.1 C
Bhubaneswar

ବଜେଟ ଅଧିବେଶନ ପଶ୍ଚାତାପର ସମୟ- ମୋଦୀ

ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନ ବୁଧବାର ଠାରୁ ଆରମ୍ଭ ହୋଇଛି । ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିକ୍ରିୟା ରଖିଛନ୍ତି । ପରୋକ୍ଷରେ ସଂସଦରେ ନାରାବାଜି କରୁଥିବା ସାଂସଦଙ୍କୁ କଡା ସମାଲୋଚନା କରିଛନ୍ତି ମୋଦୀ । କାହାର ନାମ ନନେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କିଛି ଲୋକ ଅଭ୍ୟାସଗତ ଭାବେ ବିଶୃଙ୍ଖଳା ସୃଷ୍ଟି କରିଥାନ୍ତି । ବିଗତ ୧୦ ବର୍ଷରେ ଆପଣମାନେ କଣ କରିଛନ୍ତି ସମୀକ୍ଷା କରନ୍ତୁ । ଆପଣଙ୍କ ବ୍ୟବହାରକୁ ନେଇ ଲୋକେ କଣ କହୁଛନ୍ତି ପଚାରି ବୁଝନ୍ତୁ । ବଜେଟ ଅଧିବେଶନ ସେମାନଙ୍କ ପାଇଁ ପଶ୍ଚାତାପର ସମୟ ବୋଲି ମୋଦୀ କହିଛନ୍ତି । ଏପରି କରୁଥିବା ଲୋକମାନେ ଆନ୍ତରିକତା ଦେଖାଇବା ଉଚିତ ।
ଅଧିବେଶନର ପ୍ରଥମ ଦିନରେ ଗୃହରେ ଅଭିଭାଷଣ ରଖୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଲୋକସଭାର ଏହା ହେଉଛି ଶେଷ ଅଧିବେଶନ । ଆସନ୍ତା ଏପ୍ରିଲ-ମେ ମାସରେ ଲୋକସଭା ନିର୍ବାଚନ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ କରିବେ ।

 

- Advertisement -

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories