www.samajalive.in
Saturday, December 6, 2025
16.1 C
Bhubaneswar

ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟ ନିର୍ବାଚନ କମିଶନର ନିଯୁକ୍ତି ବିଲ୍‌ ଲୋକସଭାରେ ପାରିତ

ନୂଆଦିଲ୍ଲୀ: ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟାନ୍ୟ ନିର୍ବାଚନ କମିଶନର(ନିଯୁକ୍ତି, ସେବା ସର୍ତ୍ତାବଳୀ ଏବଂ କାର୍ଯ୍ୟାଳୟର ଅବଧି) ବିଧେୟକ, ୨୦୨୩ ଗୁରୁବାର ଲୋକସଭାରେ ପାରିତ ହୋଇଛି। ଏହା ପୂର୍ବରୁ ରାଜ୍ୟସଭାରେ ଏହି ବିଧେୟକ ପାରିତ ହୋଇଥିଲା। ଏବେ ଏହାକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯିବ।

ସୂଚନାଯୋଗ୍ୟ, ଚଳିତ ବର୍ଷ ମାର୍ଚ୍ଚ ମାସରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟରେ କହିଥିଲେ ଯେ, ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପ୍ରଧାନମନ୍ତ୍ରୀ, ବିରୋଧୀ ଦଳ ନେତା ଓ ଭାରତର ପ୍ରଧାନ ବିଚାରପତିଙ୍କ ତିନି ସଦସ୍ୟ ବିଶିଷ୍ଟ ସିମିତିର ସୁପାରିସ ଆଧାରରେ ହେବ। ଏହି ଐତିହାସିକ ନିଷ୍ପତ୍ତିର ଉଦ୍ଦେଶ୍ୟ ଥିଲା ଶୀର୍ଷ ନିର୍ବାଚନ ସଂସ୍ଥାକୁ ରାଜନୈତିକ ହସ୍ତକ୍ଷେପରୁ ରକ୍ଷା କରିବା। ଅଦାଲତ ଏକଥା ମଧ୍ୟ ସ୍ପଷ୍ଟ କରିଥିଲେ ଯେ, ଏ ବାବଦରେ ଯେପର୍ଯ୍ୟନ୍ତ ସଂସଦରେ କୌଣସି ସ୍ଥାୟୀ ଆଇନ ବ୍ୟବସ୍ଥା ନ ହୋଇଛି, ସେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁ ରହିଥିବ। ନୂଆ ଆଇନରେ ସରକାର ପ୍ରଧାନ ବିଚାରପତିଙ୍କ ସ୍ଥାନରେ ଜଣେ କେନ୍ଦ୍ର ମନ୍ତ୍ରୀଙ୍କୁ ନିଯୁକ୍ତ କରିଛନ୍ତି।

- Advertisement -

 

 

 

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories