www.samajalive.in
Monday, December 15, 2025
15.1 C
Bhubaneswar

ଆଜିଠୁ ସଂସଦର ସ୍ବତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ : ସୋମବାର ଠାରୁ ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବ। ୫ଦିନ ଧରି ଚାଲିବାକୁ ଥିବା ଏହି ଅଧିବେଶନକୁ ନେଇ ଅନେକ ଆଶା ଆଶଙ୍କା ଲାଗି ରହିଛି। ସଂସଦର ଏହି ସ୍ବତନ୍ତ୍ର ଅଧିବେଶନ ସଂସଦର ପୁରୁଣା ଭବନରେ ଆରମ୍ଭ ହେବ; ମାତ୍ର ସେପ୍ଟେମ୍ବର ୧୯ (ମଙ୍ଗଳବାର) ଠାରୁ ଏହା ସଂସଦର ନୂଆ ଭବନରେ ଚାଲିବ। ଏହି ଅଧବେଶନ କାଳରେ ୪ଟି ବିଧେୟକ ଆଗତ କରାଯିବା ଲାଗି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବିରୋଧୀ ଦଳ ଅଭିଯୋଗ କରିଛି ଯେ ସରକାର ଏହି ଅଧିବେଶନ ଲାଗି ଏଜେଣ୍ଡା ଘୋଷଣା ନ କରି ଏହାକୁ ଗୋପନ ରଖିଛନ୍ତି। ଅନ୍ୟପଟେ ସଂସଦର ସ୍ବତନ୍ତ୍ର ଅଧିବେଶନ ନିମନ୍ତେ ସରକାରଙ୍କ ପକ୍ଷରୁ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କ ପକ୍ଷରୁ ଆହୁତ ସର୍ବଦଳୀୟ ବୈଠକରେ ମନ୍ତ୍ରୀ ରାଜନାଥ ସିଂହ, ପୀୟୂଷ ଗୋୟଲ ପ୍ରମୁଖ ସରକାରଙ୍କ ପକ୍ଷରୁ ପ୍ରତିନିଧିତ୍ବ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ, ଜେଡିଏସର
ଏଚଡି ଦେବେଗୌଡା, ଡିଏମ୍‌କେର କାନିମୋଝି, ଟିଡିପିର ରାମମୋହନ ନାଇଡୁ, ଟିଏମସିର ​‌େ​‌ଡରେକ ଓବ୍ରାଏନ୍‌, ଆପ୍‌ର ସଞ୍ଜୟ ସିଂହ, ବିଜେଡିର ସସ୍ମିତ ପାତ୍ର, ବିଆରଏସ୍‌ର କେ କେଶବ ରାଓ, ୱାଇଏସଆର କଂଗ୍ରେସର ବିଜୟସାଇ ରେଡି, ଆରଜେଡିର ମନୋଜ ଝା, ଜେଡିୟୁର ଅନିଲ ହେଗଡେ ଓ ଏସପିର ରାମ ଗୋପାଳ ଯାଦବ ପ୍ରମୁଖ ଯୋଗ ଦେଇଥିଲେ।
ସଂସଦର ସ୍ବତନ୍ତ୍ର ଅଧିବେଶନ କାଳରେ ସେପ୍ଟେମ୍ବର ୧୯ ତାରିଖ ସକାଳ ୯ଟା ୩୦ ମିନିଟ୍‌ରେ ଲୋକସଭା ଓ ରାଜ୍ୟସଭାର ସମସ୍ତ ସଦସ୍ୟଙ୍କର ଗ୍ରୁପ୍‌ ଫଟୋ ଉଠାଯିବ। ଏଥିପାଇଁ ସମସ୍ତ ସଦସ୍ୟଙ୍କୁ ସୂଚନା ପ୍ରଦାନ କରାଯିବା ସହିତ ଉପସ୍ଥିତ ନିମନ୍ତେ କୁହାଯାଇଛି। ନୂଆ ସଂସଦ ଭବନରେ ପ୍ରବେଶ ନିମନ୍ତେ ସମସ୍ତ ସଦସ୍ୟଙ୍କୁ ନୂଆ ପରିଚୟପତ୍ର ପ୍ରଦାନ କରାଯାଇଛି। ନୂଆ ସଂସଦ ଭବନରେ ଉପରାଷ୍ଟ୍ରପତି ଜଗଦୀପ ଧନକଡ ରବିବାର ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସେହିପରି ଲୋକସଭା ବାଚସ୍ପତି ଓମ୍ ବିର୍ଲା ନୂଆ ସଂସଦ ଭବନର ଗଜ ଦ୍ବାର ଉପରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories