ଭୁବନେଶ୍ୱର: ରାଜ୍ୟରେ ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୀଳଗିରି ବିଧାନସଭା ଆସନରୁ ସୁକାନ୍ତ କୁମାର ନାୟକ ପ୍ରାର୍ଥୀ ହୋଇଥିବା ବେଳେ କୋରେଇରୁ ପ୍ରାର୍ଥୀ ହୋଇଛନ୍ତି ସନ୍ଧ୍ୟାରାଣୀ ଦାସ। ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଟିକେଟ ଦେଇଛି ଦଳ। ଦେବଗଡ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ବଦଳାଇଛି ଦଳ। ଏଠାରେ ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ କରିଛି ବିଜେଡି।
Popular Categories



