www.samajalive.in
Saturday, December 6, 2025
26.1 C
Bhubaneswar

ମୋଦୀଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ପଶୁପତି ପାରସ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ତାରିଖ ଘୋଷଣା ହେବା ପରେ ଦେଶରେ ବିଭିନ୍ନ ଦଳ ମଧ୍ୟରେ ଆସନ ଭାଗବଣ୍ଟା ଓ ମେଣ୍ଟ ନେଇ ବିବାଦ ଦେଖାଦେଇଛି । ଏହାରି ଭିତରେ ମଙ୍ଗଳବାର ମୋଦୀଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଇଛନ୍ତି ପଶୁପତି ପାରସ । ସାମ୍ବାଦିକ ସମ୍ମିଳନୀ କରି ପଶୁପତି ନିଜର ଇସ୍ତଫା ଘୋଷଣା କରି କହିଛନ୍ତି ଯେ ମୋ ପ୍ରତି ଏବଂ ମୋ ଦଳ ପ୍ରତି ଅନ୍ୟାୟ କରାଯାଇଛି । ବିହାରରେ ଆସନ ବୁଝାମଣାରେ ବିଜେପି ୧୬ଟି ଲୋକସଭା ଆସନ, ଜେଡିୟୁ ୧୬ଟି, ଚିରାଗ ପାଶୱାନଙ୍କ ନେତୃତ୍ୱାଧୀନ ଦଳ ୫ଟି, ଉପେନ୍ଦ୍ର କୁଶୱା ଏବଂ ଜୀତନରାମ ମାଝିଙ୍କ ଦଳକୁ ଗୋଟିଏ ଲେଖାଏଁ ଆସନ ମିଳିଥିଲା । ହେଲେ ପଶୁପତିଙ୍କ ଦଳକୁ ଗୋଟିଏ ବି ଆସନ ମିଳିନଥିବାରୁ ସେ ଅସନ୍ତୁଷ୍ଟ ହୋଇଥିଲେ ।
ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେବା ପରେ ରାଷ୍ଟ୍ରୀୟ ଜନତା ଦଳ ସହ ଏକ ମେଣ୍ଟ କରିପାରେ କି ସାମ୍ବାଦିକଙ୍କ ପ୍ରଶ୍ନରେ ପଶୁପତି ଏହାର ସିଧାସଳଖ ଉତ୍ତର ଦେଇନଥିଲେ । ସେ କହିଛନ୍ତି ମୁଁ ଯାହା କରିବା କଥା କହିସାରିଛି, ଭବିଷ୍ୟତରେ ଯାହା ଘଟିବ ଆପଣମାନେ ଜାଣିବେ ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories