www.samajalive.in
Monday, December 15, 2025
24.1 C
Bhubaneswar

ଯାତ୍ରୀବାହି ବସ ଦୁର୍ଘଟଣା: ଜଣେ ମୃତ ୬ ଆହତ ମେଡିକାଲରେ ଭର୍ତ୍ତି

ଜି ଉଦୟଗିରି : ଆଜି ଭୋର ସମୟରେ ଏକ ଯାତ୍ରୀବାହି ବସ ଦୁର୍ଘଟଣା ଘଟିବାରୁ ଜଣଙ୍କର ମୃତ୍ୟୁ ହେବା ସହ ୬ ଜଣ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ବରଗଡ଼ରୁ ବ୍ରହ୍ମପୁର ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ ଅନ୍ଧାରକୋଟ ପୂର୍ବରୁ ଏକ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଘଟଣା ସ୍ଥଳରେ ଗଞ୍ଜାମ ଜ଼ିଲ୍ଲା ଆସିକା ବ୍ଲକ ଅନ୍ତର୍ଗତ ବାବନପୁର ଗ୍ରାମର ସୂର‌୍ୟ୍ୟକାନ୍ତି ନାୟକଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଜି ଉଦୟଗିରି ଥାନା ଅଧିକାରୀ ବିଜୟ କୁମାର ସ୍ବାଇଁ ସଦଳବଳେ ପହଞ୍ଚିଥିଲେ । ଭଂଜନଗର ଓ ଜି ଉଦୟଗିରି ଦମକଳ ବାହିନୀ ଦ୍ୱାରା ଆହତଙ୍କୁ ଭଞ୍ଜନଗର ଓ ଜି ଉଦୟଗିରି ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି । ଏନେଇ ଥାନାରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ବିଜୟ କୁମାର ସ୍ୱାଇଁ ସୂଚନା ଦେଇଛନ୍ତି ।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories