www.samajalive.in
Saturday, December 6, 2025
17.1 C
Bhubaneswar

ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌‌; ୩ ଗୁରୁତର

ବାଲେଶ୍ୱର: ୧୬ନଂ ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଭାରସାମ୍ୟ ହରାଇ ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌‌। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ପଛରୁ ବସ୍‌‌ ଧକ୍କା ଦେବାରୁ ୩ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ କାଳିଆ ନନା ନାମକ ଏକ ଘରୋଇ ଯାତ୍ରୀବାହୀ ବସ ୩ଟା ସମୟରେ ୬୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ ଦୀଘା ଅଭିମୁଖେ ଯାଉଥିଲା। ବରୁଣଗଡିଆ ନିକଟରେ ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ପଛରୁ ହଠାତ ଧକ୍କା ଦେଇଥିଲା। ବସ ଆଗରେ ବସିଥିବା ୩ ଜଣ ଯାତ୍ରୀ ଗୁରୁତର ହୋଇ ଜଳେଶ୍ୱର ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଅନ୍ୟ କିଛି ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories