www.samajalive.in
Sunday, December 14, 2025
23.1 C
Bhubaneswar

ବୁଲାଣି ରାସ୍ତାରେ ଓଲଟିଲା ଯାତ୍ରୀବାହୀ ବସ୍, ୧୦ ଆହତ

ଗଜପତି: ଗଜପତି ଜିଲ୍ଲା ଅଡବା ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟିଲା ଯାତ୍ରୀବାହୀ ବସ୍ । ଏଥିରେ ୧୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍ ଯାତ୍ରୀମାନଙ୍କୁ ନେଇ ଗଜପତିରୁ ବ୍ରହ୍ମପୁର ଯାଉଥିଲା। ଏତିକିବେଳେ ଉଲିଆପଦା ବୁଲାଣି ରାସ୍ତା ନିକଟରେ ଭାରସାମ୍ୟ ହରାଇ ବସ୍‌ ଟି ଓଲଟି ପଡିଥିଲା। ବସ୍‌ଟିରେ ପ୍ରାୟ ୩୦ଜଣ ଯାତ୍ରୀ ଥିଲେ। ଦୁର୍ଘଟଣାରେ ପ୍ରାୟ ୧୦ ଜଣ ଯାତ୍ରୀ ଗୁରୁତର ହୋଇଥିଲେ। ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories